ଦର୍ଶକଙ୍କ ହୃଦୟ ଜିଣିଲା ବର୍ଜ୍ୟବସ୍ତୁରୁ ନିର୍ମିତ ସୂକ୍ଷ୍ମ କାରୁକାର୍ଯ୍ୟ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ ଅବସରରେ ବରଗଡ଼ ସହରରେ ଏକ ନିଆରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରକୃତିପ୍ରେମ ଅନୁଷ୍ଠାନ ପକ୍ଷରୁ ସ୍ଥାନୀୟ ଗାନ୍ଧିଛକ ନିକଟ କଲ୍ୟାଣ ମଣ୍ଡପରେ ଏକ ପ୍ରଦର୍ଶନୀ ହୋଇଥିଲା। ଏହି ପ୍ରଦର୍ଶନୀରେ ଅଦରକାରୀ କାଠ ତଥା ସଂଗୃହୀତ ବର୍ଜ୍ୟବସ୍ତୁରୁ ନିର୍ମିତ ସୂକ୍ଷ୍ମ କାରୁକାର୍ଯ୍ୟ ପ୍ରଦର୍ଶିତ ହୋଇଥିଲା। ଏଥିରେ ବିଭିନ୍ନ ପଶୁପକ୍ଷୀ, ସୌଖୀନ ସାମଗ୍ରୀ ଆଦି ରହିଥିଲା। ପ୍ରକୃତିପ୍ରେମ ଅନୁଷ୍ଠାନର ମୁ୍ଯଯ ତଥା ବିରଳ ସାମଗ୍ରୀ ସଂଗ୍ରାହକ ଡଃ ସତ୍ୟକେତନ ମହାନ୍ତିଙ୍କ ଉଦ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ମୁଖ୍ୟଅତିଥିଭାବେ ଯୋଗଦେଇ ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ। ବରଗଡ଼ ବନଖଣ୍ଡ ଅଧିକାରୀ ବିକ୍ରମଦେବ ପଟ୍ଟନାୟକ, ପୂର୍ବତନ ଲୋକସଭା ସାଂସଦ ଡଃ ପ୍ରଭାସ କୁମାର ସିଂ ପ୍ରମୁଖ ଅତିଥିଭାବେ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଦର୍ଶନୀ ବୁଲି ଦେଖିବା ସହିତ ଆୟୋଜକମାନଙ୍କୁ ଉତ୍ସାହିତ କରିଥିଲେ। ସହରର ବିଭିନ୍ନ ଅନୁଷ୍ଠାନର ସଦସ୍ୟା, ସ୍କୁଲ, କଲେଜର ଛାତ୍ରୀଛାତ୍ର ପ୍ରଦର୍ଶନୀ ଦେଖିବାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri