କାର୍ଯ୍ୟାଳୟ ଭିତରେ ତମାଖୁ ସେବନ କଲେ ଜରିମାନା

ନୂଆପଡ଼ା,୨୯ା୧୧(ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲାସ୍ତରୀୟ ତମାଖୁ ମୁକ୍ତ ଅଭିଯାନ ୩ର ଶୁଭାରମ୍ଭ ହୋଇଛି। ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଦ୍ୱାରିକାନାଥ ଶତପଥୀ, ଜିଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡ. ଲଲିତ ମୋହନ ବିଶି, ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତ ରୋଗ) ଡ. ଗୁରୁ ପ୍ରସାଦ ଜେନା, ଅତିରକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ. ମଞ୍ଜୁରାଣୀ ସିଂହ, ବରିଷ୍ଠ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା. ବିଦ୍ୟାଧର ନାଗ, ଅତିରକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ (କୁଷ୍ଠ) ଡ. ତନ୍ମୟ ତ୍ରିପାଠୀ, ଜିଲା ପ୍ରକଳ୍ପ ପରିଚାଳକ ସତ୍ୟ ନାରାୟଣ ତ୍ରିପାଠୀ ପ୍ରମୁଖ ଯୋଗଦେଇଥିଲେ। ଅଧିକାରୀମାନେ ତମାଖୁ ଓ ଏହାର କୁପ୍ରଭାବ ଉପରେ ଆଲୋକପାତ କରିଥିଲେ। ତମାଖୁ ବ୍ୟବହାର ଯୁବ ସମାଜ ପାଇଁ କ୍ଷତିକାରକ। ଏହା ଅଣସଂକ୍ରାମକ ରୋଗର କାରଣ ଏହାପରେ ଉପସ୍ଥିତ ଅଧିକାରୀ ଓ କର୍ମଚାରୀ ତମାଖୁ ସେବନ ଅଭ୍ୟାସ ଛାଡିବା ପାଇଁ ଶପଥ କରିଥିଲେ। ଜିଲାର କୌଣସି ଅଧିକାରୀ କିମ୍ବା କର୍ମଚାରୀ କାର୍ଯ୍ୟାଳୟ ଭିତରେ ତମାଖୁ ସେବନ କଲେ ଜରିମାନା ଆଦାୟ କରାଯିବ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ମାସିକ ଜିଲାସ୍ତରୀୟ ସ୍ବାସ୍ଥ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାରେ ମାତୃ ଓ ଶିଶୁ ମୃତ୍ୟୁହାର କମାଇବା ପାଇଁ ବିଭିନ୍ନ ପଦକ୍ଷେପ ଉପରେ ଆଲୋଚନା ହୋଇଥିଲା। ଆଇସିଡିଏସ୍‌ ଓ ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି କାମ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ଅନ୍ୟ ବିଭାଗର ଜିଲା ଓ ବ୍ଲକସ୍ତରୀୟ କର୍ମଚାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri