କାର୍ଯ୍ୟାଳୟ ଭିତରେ ତମାଖୁ ସେବନ କଲେ ଜରିମାନା

ନୂଆପଡ଼ା,୨୯ା୧୧(ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲାସ୍ତରୀୟ ତମାଖୁ ମୁକ୍ତ ଅଭିଯାନ ୩ର ଶୁଭାରମ୍ଭ ହୋଇଛି। ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଦ୍ୱାରିକାନାଥ ଶତପଥୀ, ଜିଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡ. ଲଲିତ ମୋହନ ବିଶି, ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତ ରୋଗ) ଡ. ଗୁରୁ ପ୍ରସାଦ ଜେନା, ଅତିରକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ. ମଞ୍ଜୁରାଣୀ ସିଂହ, ବରିଷ୍ଠ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା. ବିଦ୍ୟାଧର ନାଗ, ଅତିରକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ (କୁଷ୍ଠ) ଡ. ତନ୍ମୟ ତ୍ରିପାଠୀ, ଜିଲା ପ୍ରକଳ୍ପ ପରିଚାଳକ ସତ୍ୟ ନାରାୟଣ ତ୍ରିପାଠୀ ପ୍ରମୁଖ ଯୋଗଦେଇଥିଲେ। ଅଧିକାରୀମାନେ ତମାଖୁ ଓ ଏହାର କୁପ୍ରଭାବ ଉପରେ ଆଲୋକପାତ କରିଥିଲେ। ତମାଖୁ ବ୍ୟବହାର ଯୁବ ସମାଜ ପାଇଁ କ୍ଷତିକାରକ। ଏହା ଅଣସଂକ୍ରାମକ ରୋଗର କାରଣ ଏହାପରେ ଉପସ୍ଥିତ ଅଧିକାରୀ ଓ କର୍ମଚାରୀ ତମାଖୁ ସେବନ ଅଭ୍ୟାସ ଛାଡିବା ପାଇଁ ଶପଥ କରିଥିଲେ। ଜିଲାର କୌଣସି ଅଧିକାରୀ କିମ୍ବା କର୍ମଚାରୀ କାର୍ଯ୍ୟାଳୟ ଭିତରେ ତମାଖୁ ସେବନ କଲେ ଜରିମାନା ଆଦାୟ କରାଯିବ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ମାସିକ ଜିଲାସ୍ତରୀୟ ସ୍ବାସ୍ଥ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାରେ ମାତୃ ଓ ଶିଶୁ ମୃତ୍ୟୁହାର କମାଇବା ପାଇଁ ବିଭିନ୍ନ ପଦକ୍ଷେପ ଉପରେ ଆଲୋଚନା ହୋଇଥିଲା। ଆଇସିଡିଏସ୍‌ ଓ ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି କାମ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ଅନ୍ୟ ବିଭାଗର ଜିଲା ଓ ବ୍ଲକସ୍ତରୀୟ କର୍ମଚାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri