ଗାଡ଼ି ଯାଞ୍ଚ: ୧ ଲକ୍ଷ ୨୫ ହଜାର ଟଙ୍କା ଜରିମାନା ଆଦାୟ

ଦାରିଙ୍ଗବାଡି,୧୦।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସ୍ଥାନୀୟ ପୋଲିସ ଏବଂ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ମିଳିତ ଗାଡ଼ି ଯାଞ୍ଚ କରାଯାଇଛି। ଦାରିଙ୍ଗବାଡ଼ି ଆଇଆଇଆସି ଆନନ୍ଦ ଚନ୍ଦ୍ର ପାତ୍ରଙ୍କ ସହାୟତାରେ ଆଞ୍ଚଳିକ ପରିବହନ ବିଭାଗର ଅଧିକାରୀ ଶିଶିର ସାହୁଙ୍କ ନିର୍ଦ୍ଦେଶ କ୍ରମେ କନ୍ଧମାଳ ଟ୍ରାଫିକ ସବ୍‌ଇନ୍ସପେକ୍ଟର ଶିବାନୀ ମାଝୀ ଏବଂ ଦାରିଙ୍ଗବାଡି ଥାନାର ସବ୍‌ଇନ୍ସପେକ୍ଟର ଜ୍ୟାକ୍ସନ ମାଝୀଙ୍କ ନେତୃତ୍ୱରେ ଜିଲାର ବିଭିନ୍ନ ସ୍ଥାନରେ ବ୍ଲକିଂ କରି ମଙ୍ଗଳବାର ଯାନବାହନ ଯାଞ୍ଚ କରାଯାଇଥିଲା।

ଯାଞ୍ଚ ବେଳେ ଦ୍ରୁତ ଗାଡ଼ି ଚାଳକଙ୍କୁ ସ୍ପିଡ଼ ହଣ୍ଟର କ୍ୟାମେରା ଦ୍ୱାରା ଧରାଯିବା ସହ ଜରିମାନା ଆଦାୟ କରାଯାଇଥିଲା। ସେହିପରି ବିନା ହେଲମେଟରେ ବାଇକ୍‌ ଚଳାଇବା ଏବଂ ଗୋଟିଏ ବାଇକ୍‌ରେ ଏକାଧିକ ବ୍ୟକ୍ତି ବସି ଯାଉଥିବା ବାଇକ୍‌ ଚାଳକଙ୍କୁ ଧରି ଫାଇନ୍‌ ଆଦାୟ କରାଯାଇଥିଲା। ସେହିପର ସିଟ୍‌ ବେଲ୍ଟ ଯାଞ୍ଚ ସହ ବ୍ରିଥ୍‌ ଆନାଲାଇଜର ଦ୍ୱାରା ମଦ୍ୟପ ଚାଳକଙ୍କୁ ଧରି ଡ୍ରାଇଭିଂ ଲାଇସନ୍ସ ରଦ୍ଦ କରାଯାଇଥିଲା। ପ୍ରତି ମଙ୍ଗଳବାର ଦାରିଙ୍ଗବାଡ଼ିର ବିଭିନ୍ନ ଅଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର କରିବାକୁ ଉଦ୍ୟମ ସହ ଦୁର୍ଘଟଣା ରୋକିବା ପାଇଁ ଏହି ଯାଞ୍ଚ କରାଯାଉଥିବା ଟ୍ରାଫିକ ସବ୍‌ଇନ୍ସପେକ୍ଟର ଶିବାନୀ ମାଝୀ କହିଛନ୍ତି। ଆଗକୁ ଏହି ଜାରି ରହିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଯାଞ୍ଚ ବେଳେ ୩୨ଟି ଚାଲାଣ କଟାଯାଇଥିବା ବେଳେ ମୋଟ ୧ ଲକ୍ଷ ୨୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସେଥିରେ ୫ଜଣ ମଦ୍ୟପ ଚାଳକଙ୍କ ଡ୍ରାଇଭିଂ ଲାଇସନ୍ସ ରଦ୍ଦ କରାଯାଇଛି। ଅପରାହ୍ନରେ ଜିଲାର କ. ନୂଆଗାଁ ପୋଲିସ ଏବଂ ଆଞ୍ଚଳିକ ପାରିବହନ ବିଭାଗ ପକ୍ଷରୁ ବାଲିଗୁଡା ଫୁଲବାଣୀ ରାସ୍ତାରେ ଗାଡିମୋଟର ଯାଞ୍ଚ କରାଯାଉଥିବା ବିଭାଗ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri