ଶଟ୍‌ଡାଉନ୍‌ କଟକଣା ଉଲ୍ଲଂଘନ: ମାସ୍କ ନ ପିନ୍ଧି ଦେଲେ ୬୩ ହଜାର ଟଙ୍କା ଜରିମାନା

ବ୍ରହ୍ମପୁର ଅଫିସ,୧୫।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି କଟକଣା ସମୟରେ ବ୍ରହ୍ମପୁର ପୋଲିସ ଅଯଥାରେ ଘୁରି ବୁଲୁଥିବା ଅମାନିଆଙ୍କୁ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କଠାରୁ ଜରିମାନା ଆଦାୟ କରୁଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଭଳି କଡା ନିର୍ଦ୍ଦେଶ ସତ୍ତ୍ୱେ ମଧ୍ୟ ୫ ଦିନିଆ ଶ୍‌ଟଡାଉନ୍‌ ପରେ ବି ଲୋକମାନେ ନିୟମ ଉଲ୍ଲଂଘନ କରି ସହରରେ ଘୁରିବୁଲୁଛନ୍ତି ।
ମଙ୍ଗଳବାର ସକାଳ ୬ ଟାରୁ ବୁଧବାର ସକାଳ ୬ଟା ସୁଦ୍ଧା ବ୍ରହ୍ମପୁର ପୋଲିସ ପକ୍ଷରୁ ବିଭିନ୍ନ ଛକ ମାନଙ୍କରେ ଯାଞ୍ଚ କରାଯାଇ ମାସ୍କ ପିନ୍ଧି ନ ଥିବା ୩୧୫ ଜଣ ଲୋକଙ୍କଠାରୁ ୬୩ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି । ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୨୦୬ ଜଣ ଅମାନିଆ ଗାଡି ଚାଳକଙ୍କୁ ୧ ଲକ୍ଷ ୩ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି ।  ବେଆଇନ ଭାବେ ବୁଲୁଥିବା ବେଳେ ପୋଲିସ ହାତରେ ୧୨ ଜଣ ଧରାପଡିଛନ୍ତି । ତାଙ୍କ ବିରୋଧରେ ୨ ଗୋଟି ମାମଲା ରୁଜୁ କରାଯାଛି। ଏନେଇ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟୁଇଟ କରି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ  ନିର୍ମାଣ କାର୍ଯ୍ୟ...

ଟ୍ରକ୍‌ରେ ପିଟିହେଲା ହାଇଓ୍ବା, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଦ୍ରକ,୨୮ା୩(ସନାତନ ରାଉତ): ଭଦ୍ରକ ୧୬ନଂ ଜାତୀୟ ରାଜପଥର ଦମକଳ କେନ୍ଦ୍ର ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି।...

ଟିକେଟ୍‌ ମିଳିବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ବବି ଦାସ

ପୁରୀ,୨୮।୩: ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ବବିଙ୍କୁ...

‘ଆଉ ତତେ ଗ୍ରହଣ କରିବି ନାହିଁ’

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ...

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ...

ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଅଧୀନ ଥୁଆଙ୍ଗପଦର ଗ୍ରାମରେ ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ମଙ୍ଗଳବାର ସମ୍ପନ୍ନ ହୋଇଯାଇଛି। ପରମ୍ପରା...

କଳାହାଣ୍ଡିରେ ବିଜେଡି ଖେଳିଲା ମହିଳା କାର୍ଡ

ଭବାନୀପାଟଣା,୨୮।୩(ଉତ୍ତମ କୁମାର ଦାଶ): ଆଗାମୀ ସାଧାରଣ ନିର୍ବାଚନ ବିଧାନ ସଭା କ୍ଷେତ୍ର ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ ନାମ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri