ପ୍ରୋଭିଡେନ୍ସ (ଗୁଏନା), ୮ା୮ : ଓ୍ବେଷ୍ଟଇଣ୍ଡିଜ ଉଇକେଟକିପର-ବ୍ୟାଟର ନିକୋଲାସ ପୁରନଙ୍କୁ ତାଙ୍କ ମ୍ୟାଚ ଫି’ର ୧୫ ପ୍ରତିଶତ ଜରିମାନା କରାଯାଇଛି। ସାମବାର ଭାରତ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ରେ ଓ୍ବେଷ୍ଟଇଣ୍ଡିଜ ଦୁଇ ଉଇକେଟରେ ବିଜୟ ଲାଭ କରିଥିଲା। ଦଳକୁ ଜିତାଇବାରେ ପୂରନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। କିନ୍ତୁ ମ୍ୟାଚ ବେଳେ ସେ ଅମ୍ପାୟରିଂକୁ ସର୍ବସାଧାରଣରେ ସମାଲୋଚନା କରି ଅଡୁଆରେ ପଡ଼ିଛନ୍ତି। ଖେଳାଳି ଓ ସହକାରୀ ଷ୍ଟାଫ୍ମାନଙ୍କ ଲାଗି ଉଦ୍ଦିଷ୍ଟ ଆଇସିସି ଆଚରଣବିଧିର ଧାରା ୨.୪ର ଉଲ୍ଲଂଘନ କରିଛନ୍ତି। ଏହାଦ୍ୱାରା ସେ ଲେଭଲ-୧ ଅପରାଧ କରିଛନ୍ତି। ପୂରନ ତାଙ୍କ ଦୋଷ ସ୍ବୀକାର କରିଛନ୍ତି। ମ୍ୟାଚ ରେଫରି ରିଚି ରିଚାର୍ଡସନଙ୍କ ତାଙ୍କ ଯେଉଁ ଦଣ୍ଡବିଧାନ କରିଛନ୍ତି ତାହାକୁ ସେ ଗ୍ରହଣ କରିନେବାରୁ ଆନୁଷ୍ଠାନିକ ଶୁଣାଣିର ଆବଶ୍ୟକ ପଡ଼ି ନ ଥିଲା। ପୁରନଙ୍କ ଶୃଙ୍ଖଳାଗତ ରେକର୍ଡରେ ଗୋଟିଏ ଡିମେରିଟ୍ ପଏଣ୍ଟ ମଧ୍ୟ ଯୋଗ କରାଯାଇଛି। ୨୪ମାସ ମଧ୍ୟରେ ଏହା ହେଉଛି ତାଙ୍କର ପ୍ରଥମ ଅପରାଧ। ଭାରତ ଇନିଂସର ଚତୁର୍ଥ ଓଭରରେ ଏକ ଏଲ୍ବିଡବ୍ଲ୍ୟୁ ନିଷ୍ପତ୍ତିର ରିଭ୍ୟୁ ପରେ ଏହି ଘଟଣା ଘଟିଥିଲା। ଖେଳାଳି ଜଣକ ନଟଆଉଟ ଥିବା ସ୍ପଷ୍ଟ ଜଣାପଡୁଥିଲେ ମଧ୍ୟ ଅମ୍ପାୟର ଅଯଥା ରିଭ୍ୟୁର ସହାୟତା ନେଇଛନ୍ତି ବୋଲି ଦର୍ଶାଇ ପୁରନ ସମାଲୋଚନା କରିଥିଲେ।
IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!
ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍ଜା…
ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!
୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…
SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ
ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…
ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ
କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…
ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ
ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…
କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ
ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…
ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ
ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…
ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…
ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

