ମାସ୍କ ନ ପିନ୍ଧି ଦେଲେ ୮୭ ହଜାରରୁ ଅଧିକ ଟଙ୍କା ଜରିମାନା

ବ୍ରହ୍ମପୁର ଅଫିସ,୧୯।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି କଟକଣା ସମୟରେ ବ୍ରହ୍ମପୁର ପୋଲିସ ଅଯଥାରେ ଘୁରି ବୁଲୁଥିବା ଅମାନିଆଙ୍କୁ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କଠାରୁ ଜରିମାନା ଆଦାୟ କରୁଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଭଳି କଡା ନିର୍ଦ୍ଦେଶ ସତ୍ତ୍ୱେ ଲୋକମାନେ ନିୟମ ଉଲ୍ଲଂଘନ କରି ସହରରେ ଘୁରିବୁଲୁଛନ୍ତି ।
ଶନିବାର ସକାଳ ୬ ଟା ରୁ ରବିବାର ସକାଳ ୬ଟା ସୁଦ୍ଧା ବ୍ରହ୍ମପୁର ପୋଲିସ ପକ୍ଷରୁ ବିଭିନ୍ନ ଛକ ମାନଙ୍କରେ ଯାଞ୍ଚ କରାଯାଇ ମାସ୍କ ପିନ୍ଧି ନ ଥିବା ୪୩୯ ଜଣ ଲୋକଙ୍କ ଠାରୁ ୮୭ହଜାର ୯ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି । ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୧୩୬ ଜଣ ଅମାନିଆ ଗାଡି ଚାଳକଙ୍କୁ ୬୮ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି । ସେହିପରି ନିୟମ ଉଲ୍ଲଂଘନ କରି ବେଆଇନ ଭାବେ ମଦ ବିକ୍ରି କରୁଥିବା ବେଳେ ପୋଲିସ ପୃଥକ ଭାବେ ୩ ଗୋଟି ଅବକାରୀ ମାମଲାରେ ୫ ଜଣଙ୍କୁ ଗିରଫ କରିଛି । ଏନେଇ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟୁଇଟ କରି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri