ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୨୨ ହଜାରରୁ ଅଧିକ ଟଙ୍କା

ବ୍ରହ୍ମପୁର ଅଫିସ,୧୦।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଏବେ ଜିଲାରେ ବିସ୍ଫୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ କଟକଣାକୁ ଜୋରଦାର କରିଛନ୍ତି। ହେଲେ ଜିଲାରେ ଜାରି ହୋଇଥିବା କଟକଣା ସମୟରେ ବ୍ରହ୍ମପୁର ପୋଲିସ ଅଯଥାରେ ଘୁରି ବୁଲୁଥିବା ଅମାନିଆଙ୍କୁ ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କଠାରୁ ଜରିମାନା ଆଦାୟ କରିଛି। ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡାକଡି କରାଯାଇଛି। ୫ ଦିନିଆ ଶଟଡାଉନର ପ୍ରଥମ ଦିନରେ ଅର୍ଥାତ ଗୁରୁବାର ସକାଳ ୬ଟାରୁ ଶୁକ୍ରବାର ସକାଳ ୬ଟା ସୁଦ୍ଧା ବ୍ରହ୍ମପୁର ପୋଲିସ ପକ୍ଷରୁ ବିଭିନ୍ନ ଛକ ମାନଙ୍କରେ ଚେକିଂ କରାଯାଇ ମାସ୍କ ପିନ୍ଧି ନ ଥିବା ୧୧୨ଜଣ ଲୋକଙ୍କ ଠାରୁ ୨୨ ହଜାର ୪ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି। ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୧୩୫ ଜଣ ଅମାନିଆ ଗାଡି ଚାଳକଙ୍କୁ ୬୭ ହଜାର ୫ ଶହ ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି।
ସେହିପରି ଏହି ମହାମାରୀ ନିୟମ ଉଲ୍ଲଂଘନ କରି ବେଆଇନ ଭାବେ ମଦ ବିକ୍ରି ଅଭିଯୋଗରେ ଗୋଟିଏ ମାମଲା ରୁଜୁ କରାଯାଇଛି। ୧୦ ଜଣ ଅଭିଯୁକ୍ତଙ୍କୁ ପୋଲିସ ପକ୍ଷରୁ ନୋଟିସ ଦିଆଯାଇଥିବା ବେଳେ ୨୨ ଲିଟର ମଦ ଜବତ ହୋଇଛି। ଏନେଇ ବ୍ରହ୍ମପୁର ଏସପି ପିନାକ ମିଶ୍ର ଟୁଇଟକରି ଶୁକ୍ରବାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri