ପୋଲିସ ମାନୁନି କଟକଣା, ଜନସାଧାରଣଙ୍କୁ ଜରିମାନା

ସମ୍ବଲପୁର, ୧୧।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଦେଖାଦେଇଛି। ଏହାକୁ ମୁକାବିଲା ପାଇଁ ସରକାର ନୂଆ ଗାଇଡ୍‌ଲାଇନ କରିଛନ୍ତି। ୧୪ ଦିନିଆ ମାସ୍କ ପିନ୍ଧା ଅଭିଯାନ ଭଳି କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ଏଥିରେ ଖିଲାପ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୋଲିସ ଓ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ସମ୍ବଲପୁର ଜିଲାରେ ଖୋଦ୍‌ ପୋଲିସ କରୋନା କଟକଣା ମାନୁ ନ ଥିବା ଦେଖାଯାଉଛି। ନିଜେ ଠିକ୍‌ରେ ମାସ୍କ ପିନ୍ଧୁ ନ ଥିବାବେଳେ ମାସ୍କ ଚେକିଂ ନାମରେ ଲୋକଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରୁଛି। ନିୟମ ଦୃଷ୍ଟିରୁ ପୋଲିସ କୌଣସି ଲୋକଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିପାରିବ ନାହିଁ। ଯଦି କୌଣସି ବ୍ୟକ୍ତି କଟକଣା ନ ମାନେ ତା’ ଉପରେ ଜରିମାନା କିମ୍ବା ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର କ୍ଷମତା ଦିଆଯାଇଛି। ହେଲେ କ୍ଷମତାର ଅପବ୍ୟବହାର କରି ପୋଲିସ ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିବା ଅଭିଯୋଗ ହେଉଛି। ଚା, ଜଳଖିଆ ଦୋକାନରେ ଗ୍ରାହକମାନେ ଖାଇସାରିବା ପରେ ପୋଲିସ ଯାଇ ଫାଇନ କାଟୁଛି। ଏହାକୁ ନେଇ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ଯୁକ୍ତିତର୍କ ହେଉଥିବା ଦେଖିବାକୁ ମିଳୁଛି। ଲୋକେ ମାକ୍ସ ପିନ୍ଧି କିଭଳି ଖାଇବେ ବୋଲି ଯୁକ୍ତି କରୁଛନ୍ତି। ଅନ୍ୟପଟେ ଦୁଇଚକିଆ ଗାଡ଼ି ଆଗକୁ ଯାଇ ପୋଲିସ ଆରୋହୀ ଓ ବାଇକ୍‌କୁ ଟାଣି ଦେଉଥିବା ଘଟଣା ନଜରକୁ ଆସିଛି। ଏଥିଯୋଗୁ ବାଇକ୍‌ ଆରୋହୀ ଭାରସାମ୍ୟ ହରାଇ ଦୁର୍ଘଟଣାର ସମ୍ମୁଖୀନ ହେବା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ। ସେହିପରି ମାସ୍କ ଚେକିଂ କରୁଥିବା ସମୟରେ ପୋଲିସ ନିଜେ ମାସ୍କ ପରିଧାନ କରୁନାହାନ୍ତି। କେତେକ ପୋଲିସ କର୍ମଚାରୀ ନାମକୁମାତ୍ର ଥୋଡ଼ିରେ ମାସ୍କ ଲଗାଇ ଜରିମାନା ଆଦାୟ କରୁଛନ୍ତି। ଏ ସମ୍ପର୍କରେ ସମ୍ବଲପୁର ଏସ୍‌ପି ବାତୁଲା ଗଙ୍ଗାଧର କହିଛନ୍ତି, ପୋଲିସ ମାସ୍କ ପିନ୍ଧିବା ନିହାତି ଆବଶ୍ୟକ। କାରଣ ପୋଲିସ ଅନ୍ୟମାନଙ୍କ ପାଇଁ ଉଦାହରଣ ହେବ। ଏ ନେଇ ସମସ୍ତ କର୍ମଚାରୀ, ଅଧିକାରୀଙ୍କୁ ଯତ୍ନବାନ ହେବାକୁ କଡ଼ା ନିର୍ଦ୍ଦେଶ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri