ବିନା ରସିଦ୍‌ରେ ଜରିମାନା

ଅନୁଗୋଳ ଅଫିସ୍‌, ୧୨ା୭: ଅନୁଗୋଳ ତହସିଲ ଅଧୀନ ଅଞ୍ଚଳରେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ବଢିବାରେ ଲାଗିଛି। ଏଥିରେ ତହସିଲ କାର୍ଯ୍ୟାଳୟର ଜଣେ ଅଧିକାରୀଙ୍କ ସମ୍ପୃକ୍ତି ଥିବା ଚର୍ଚ୍ଚା ଜୋର ଧରିଛି। ଏପରିକି ମାଫିଆଙ୍କ ଗାଡି ଯାଞ୍ଚ ବେଳେ ଜରିମାନା ଆଦାୟ କରିବାକୁ ଯାଇ ଟଙ୍କା ନେଉଥିଲେ ମଧ୍ୟ ଅଧିକାରୀ ଜଣକ ଏ ବାବଦରେ ରସିଦ୍‌ ଦେଉ ନ ଥିବା ଅଭିଯୋଗ ଆସିଛି।
ଅନୁଗୋଳ ତହସିଲ ଅଧୀନରେ ଅନୁଗୋଳ ସଦର, ପଞ୍ଚମହଲା, କୁମୁରୁସିଂହା, ଚମ୍ପତ୍ତିମୁଣ୍ଡା, ବେନ୍ତପୁର, ଖିଣ୍ଡା, ପୁରୁଣାକୋଟ, ଟାଇଁସି ଓ ବନ୍ତଳା ଆରଆଇ କାର୍ଯ୍ୟାଳୟ ରହିଛି। ଏହି କାର୍ଯ୍ୟାଳୟଗୁଡିକରେ ଅଧିକାଂଶ କର୍ମଚାରୀ ମହିଳା ହୋଇଥିବାରୁ ରାତିରେ ହେଉଥିବା ଚୋରାଚାଲାଣ ରୋକିବା ଦାୟିତ୍ୱ ନେଇ ସମ୍ପୃକ୍ତ ଅଧିକାରୀ ଏହାର ଫାଇଦା ନେଉଥିବା ଅଭିଯୋଗ ଆସିଛି। ଯାଞ୍ଚବେଳେ ବିଭିନ୍ନ ଗାଡ଼ିରେ ଖଣିଜ ଦ୍ରବ୍ୟ ଚାଲାଣ ହେଉଥିବା ଧରାପଡିଲେ ୨୫ ହଜାର ଟଙ୍କା ଜରିମାନା ଆଦାୟ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ ରହିଛି। ହେଲେ ଆଦାୟ ଜରିମାନା ବାବଦ ରସିଦ୍‌ ପ୍ରଦାନ କରାଯାଉନାହିଁ। କିଛି ଦିନ ତଳେ ଅଧିକାରୀ ଜଣକ ୧୫ଟି ଗାଡ଼ି ଧରିଥିଲେ ମଧ୍ୟ ସଦର ଆର୍‌ଆଇ କାର୍ଯ୍ୟାଳୟରୁ ମାତ୍ର ୩ଟି ଗାଡ଼ିକୁ ରସିଦ୍‌ ପ୍ରଦାନ କରାଯାଇଥିବା ଜଣାଯାଇଛି। ଘଟଣା ସମ୍ପର୍କରେ ଅଧିକାରୀଙ୍କୁ ପଚାରିବାରେ ଜରିମାନା ଆଦାୟ ବାବଦରେ କୌଣସି ମତାମତ ଦେଇ ନ ଥିଲେ। ତେବେ ଘଟଣା ସମ୍ପର୍କରେ କିଛି ଜାଣି ନ ଥିବା ଅନୁଗୋଳ ତହସିଲଦାର ନେହେରୁ ମାଝି କହିଛନ୍ତି। ଏପରି ହୋଇଥିଲେ ଅନୁଧ୍ୟାନ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ କୁହନ୍ତି, ଏପରି ଅଭିଯୋଗ ତାଙ୍କ ନିକଟକୁ ଆସିଛି। ଘଟଣାର ଅନୁଧ୍ୟାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri