Posted inଜାତୀୟ

ଭିଜା ପାଇଁ ଫିଙ୍ଗରପ୍ରିଣ୍ଟ ସର୍ଜରି

ହାଇଦ୍ରାବାଦ, ୧ା୯: ବେଆଇନ ଭାବେ ଭିଜା ତିଆରି ଅଭିଯୋଗରେ ତେଲଙ୍ଗାନା ପୋଲିସ ଗୁରୁବାର ଦୁଇ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଫିଙ୍ଗରପ୍ରିଣ୍ଟ ସର୍ଜରି ଦ୍ୱାରା କୁଏଟ୍‌ରେ ଚାକିରି କରିବାକୁ ଚାହୁଁଥିବା ଲୋକଙ୍କୁ ଭିଜା ଯୋଗାଉଥିଲେ। ରାଜସ୍ଥାନ ଓ କେରଳରେ ଏହି ଦୁଇ ଯୁବକ ପାଖାପାଖି ୧୧ଟି ଅସ୍ତ୍ରୋପଚାର କରିଥିବାବେଳେ ସର୍ଜରି ପିଛା ୨୫ ହଜାର ଟଙ୍କା ଖର୍ଚ୍ଚ ହେଉଥିବା ପୋଲିସ କହିଛି। ଫିଙ୍ଗରପ୍ରିଣ୍ଟ ସର୍ଜରି କରିଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ୟ ପୋଲିସ ଗିରଫ କରିଛି। ସର୍ଜରିରେ ବ୍ୟବହୃତ ମେଡିକାଲ କିଟ୍ସ ଅଭିଯୁକ୍ତଙ୍କ ନିକଟରୁ ପୋଲିସ ଜବତ କରିଛି। ଆପରାଧିକ କାରଣ ଦର୍ଶାଇ କୁଏଟ୍‌ ସରକାର ଯେଉଁମାନଙ୍କୁ ଦେଶରୁ ନିର୍ବାସିତ କରିଛନ୍ତି ସେହି ବ୍ୟକ୍ତିମାନେ ଫିଙ୍ଗରପ୍ରିଣ୍ଟ ସର୍ଜରି ଜରିଆରେ ନୂଆ ଭିଜା ତିଆରି କରି କୁଏଟ୍‌ ଯାଉଥିବା ପୋଲିସ କହିଛି। ଗିରଫ ୪ଜଣ ହେଲେ ଗାଜ୍ଜାଲାକୋଣ୍ଡୁଗାରି ନାଗା ମୁନେଶ୍ୱର ରେଡ୍ଡୀ, ସାଗବାଲା ଭେଙ୍କଟ ରମନ, ବୋଭିଲ୍ଲା ଶିବା ଶଙ୍କର ରେଡ୍ଡୀ ଏବଂ ରେଣ୍ଡଲା ରାମା କ୍ରିଷ୍ଣା ରେଡ୍ଡୀ। ଅଭିଯୁକ୍ତଙ୍କ ଘର କାଡପାରେ ହୋଇଥିବାବେଳେ ହାଇଦ୍ରାବାଦରେ ଏକ ହୋଟେଲରେ ସେମାନେ ରହୁଥିଲେ। ଅଭିଯୁକ୍ତ ମୁନେଶ୍ୱର ରେଡ୍ଡୀ (୩୬) ଜଣେ ଏକ୍ସ-ରେ ଟେକ୍‌ନିସିଆନ୍‌ ଏବଂ ସାଗାବାଲା (୩୯) ଜଣେ ଆନାସ୍ଥେସିଆ ଟେକ୍‌ନିସିଆନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri