Posted inଜାତୀୟ

ଏକଲବ୍ୟଙ୍କ ପରି ଯୁବବର୍ଗଙ୍କ ଆଙ୍ଗୁଠି କାଟି ଦିଆଯାଉଛି: BPSC ପେପର ଲିକକୁ ନେଇ ଏମିତି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୬।୧୨: ଡିସେମ୍ବର ୧୩ରେ ବିହାର ଲୋକସେବା ଆୟୋଗ (ବିପିଏସସି) ଦ୍ୱାରା କରାଯାଇଥିବା ମିଳିତ ପ୍ରାଥମିକ ପରୀକ୍ଷା ବାତିଲ କରିବାକୁ ଦାବି କରିଥିବା ପ୍ରଦର୍ଶନକାରୀଙ୍କ ଉପରେ ଲାଟିଚାର୍ଜ ହୋଇଥିଲା। ଏ ସମ୍ପର୍କରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏନଡିଏ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଏହାର ବିଫଳତାକୁ ଲୁଚାଇବା ପାଇଁ ଯୁବକଙ୍କ ଉପରେ ଲାଠି ଚାର୍ଜ କରାଯାଇଛି।
ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୂର୍ବର ଟୁଇଟରରେ ସେ କହିଛନ୍ତି, ମୁଁ ସଂସଦରେ କହିଥିଲି କି ଯେଉଁଭଳି ଏକଲବ୍ୟଙ୍କ ଆଙ୍ଗୁଠି କାଟି ଦିଆଯାଇଥିଲା ଠିକ୍‌ ସେହିପରି ପେପର ଲିକ୍‌ କରି ଯୁବବର୍ଗଙ୍କ ଆଙ୍ଗୁଠି କାଟି ଦିଆଯାଉଛି। ଏହାର ତାଜା ଉଦାହରଣ ହେଉଛି ବିହାର। ବିପିଏସସି ପ୍ରାର୍ଥୀମାନେ ପେପର ଲିକ ବିରୋଧରେ ସ୍ବର ଉତ୍ତୋଳନ କରୁଛନ୍ତି ଏବଂ ପରୀକ୍ଷା ବାତିଲ କରିବାକୁ ଦାବି କରୁଛନ୍ତି। କିନ୍ତୁ ଏହାର ବିଫଳତାକୁ ଲୁଚାଇବା ପାଇଁ ଏନଡିଏ ସରକାର ଛାତ୍ରୀଛାତ୍ରଙ୍କ ଉପରେ ଲାଠି ଚାର୍ଜ କରୁଛନ୍ତି। ଏହା ଅତ୍ୟନ୍ତ ଲଜ୍ଜାଜନକ ଏବଂ ନିନ୍ଦନୀୟ। ଛାତ୍ରମାନଙ୍କ ଭବିଷ୍ୟତ ସହିତ ଖେଳିବା ସହ୍ୟ କରାଯିବ ନାହିଁ। ଆମେ ସେମାନଙ୍କ ସହ ଅଛୁ ଏବଂ ସେମାନଙ୍କୁ ନ୍ୟାୟ ଦେବା ପାଇଁ ସଂଗ୍ରାମ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri