‘ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ କାମ ଶେଷ କର’

କେନ୍ଦୁଝର/ଯୋଡ଼ା,୧୫।୧(ଡି.ଏନ୍‌.ଏ./ସ୍ବ.ପ୍ର.):  ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ତଦାରଖ କରିବା ସହ ସମୀକ୍ଷା କରିଛନ୍ତି। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ କରି କାର୍ଯ୍ୟକ୍ଷମ କରିବାକୁ ସେ ସମ୍ପୃୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଉରକେଲାରୁ କେନ୍ଦୁଝର ଆସିବା ରାସ୍ତାରେ ମୁଖ୍ୟ ଶାସନ ସଚିବ ମହାପାତ୍ର ରାଜାମୁଣ୍ଡାରୁ ରିମୁଳି ପର୍ଯ୍ୟନ୍ତ ଜାତୀୟ ରାଜପଥର ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ଏହାପରେ ଯୋଡ଼ା ଗସ୍ତ କରି ଯୋଡ଼ା-ବାମେବାରୀ ରାସ୍ତାରେ ନିର୍ମାଣାଧୀନ ଯୋଡ଼ା ଫ୍ଲାଏ ଓଭର ବ୍ରିଜର ଅଗ୍ରଗତି ତଦାରଖ କରିଥିଲେ। ପ୍ରକଳ୍ପ ନିର୍ମାଣ ଅଗ୍ରଗତିରେ ଯାହା ସମସ୍ୟା ପ୍ରତିବନ୍ଧକ ରହିଛି ଜିଲା ପ୍ରଶାସନ ସହଯୋଗରେ ସେସବୁର ସମାଧାନ କରି ଚଳିତ ବର୍ଷ ଅକ୍ଟୋବର ମାସ ସୁଦ୍ଧା ଫ୍ଲାଏ ଓଭର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ପରେ କାନପୁର ଜଳସେଚନ ପ୍ରକଳ୍ପର ବିଭିନ୍ନ ଅଂଶର ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ନଦୀବନ୍ଧ, ସ୍ପିଲ୍‌ୱେ, ଗେଟ୍‌ ଏବଂ ରିଭର ଗ୍ୟାପ୍‌ ଇତ୍ୟାଦି କାର୍ଯ୍ୟର ସ୍ଥିତି ତଦାରଖ କରିଥିଲେ। ଚଳିତ ଜୁନ୍‌ ମାସ ମଧ୍ୟରେ ଶେଷ କରିବାକୁ ସମ୍ପୃୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଜିଲାରେ ସରକାରଙ୍କ ଅନୁଦାନରେ କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ, ଡି.ଏମ୍‌.ଏଫ୍‌. ଏବଂ ଓମ୍ବାଡିସି ଅନୁଦାନରେ ହାତକୁ ନିଆଯାଇଥିବା ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ସମୀକ୍ଷା କରିଥିଲେ। ପ୍ରତି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଜିଲାପାଳ ଆଶିଷ ଠାକ୍‌ରେ, କେନ୍ଦୁଝର ଡି.ଏଫ୍‌.ଓ. ଧନରାଜ ଏଚ୍‌.ଡି., ଆନନ୍ଦପୁର ଡି.ଏଫ୍‌.ଓ. ଅଭୟ କୁମାର ଦଳେଇ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, କାନପୁର ଜଳସେଚନ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରସନ୍ନ କୁମାର ପାଣି, ଜାତୀୟ ରାଜପଥ ପ୍ରାଧିକରଣର ପ୍ରକଳ୍ପ ନିର୍ଦ୍ଦେଶକ, ଓବିସିସିର ନିର୍ବାହୀ ଯନ୍ତ୍ରୀ ଇଂ. ନରସିଂହ ମହାନ୍ତ, ଆନନ୍ଦପୁର ବ୍ୟାରେଜ୍‌ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଅବିନାଶ ରାଉଳ, ବିଭିନ୍ନ ଲାଇନ୍‌ ଡିପାର୍ଟମେଣ୍ଟର ଅଧିକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ମୁଖ୍ୟ ଶାସନ ସଚିବଙ୍କ ଗସ୍ତ ଓ ସମୀକ୍ଷା ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?