‘ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ କାମ ଶେଷ କର’

କେନ୍ଦୁଝର/ଯୋଡ଼ା,୧୫।୧(ଡି.ଏନ୍‌.ଏ./ସ୍ବ.ପ୍ର.):  ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ତଦାରଖ କରିବା ସହ ସମୀକ୍ଷା କରିଛନ୍ତି। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ କରି କାର୍ଯ୍ୟକ୍ଷମ କରିବାକୁ ସେ ସମ୍ପୃୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଉରକେଲାରୁ କେନ୍ଦୁଝର ଆସିବା ରାସ୍ତାରେ ମୁଖ୍ୟ ଶାସନ ସଚିବ ମହାପାତ୍ର ରାଜାମୁଣ୍ଡାରୁ ରିମୁଳି ପର୍ଯ୍ୟନ୍ତ ଜାତୀୟ ରାଜପଥର ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ଏହାପରେ ଯୋଡ଼ା ଗସ୍ତ କରି ଯୋଡ଼ା-ବାମେବାରୀ ରାସ୍ତାରେ ନିର୍ମାଣାଧୀନ ଯୋଡ଼ା ଫ୍ଲାଏ ଓଭର ବ୍ରିଜର ଅଗ୍ରଗତି ତଦାରଖ କରିଥିଲେ। ପ୍ରକଳ୍ପ ନିର୍ମାଣ ଅଗ୍ରଗତିରେ ଯାହା ସମସ୍ୟା ପ୍ରତିବନ୍ଧକ ରହିଛି ଜିଲା ପ୍ରଶାସନ ସହଯୋଗରେ ସେସବୁର ସମାଧାନ କରି ଚଳିତ ବର୍ଷ ଅକ୍ଟୋବର ମାସ ସୁଦ୍ଧା ଫ୍ଲାଏ ଓଭର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ପରେ କାନପୁର ଜଳସେଚନ ପ୍ରକଳ୍ପର ବିଭିନ୍ନ ଅଂଶର ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ନଦୀବନ୍ଧ, ସ୍ପିଲ୍‌ୱେ, ଗେଟ୍‌ ଏବଂ ରିଭର ଗ୍ୟାପ୍‌ ଇତ୍ୟାଦି କାର୍ଯ୍ୟର ସ୍ଥିତି ତଦାରଖ କରିଥିଲେ। ଚଳିତ ଜୁନ୍‌ ମାସ ମଧ୍ୟରେ ଶେଷ କରିବାକୁ ସମ୍ପୃୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଜିଲାରେ ସରକାରଙ୍କ ଅନୁଦାନରେ କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ, ଡି.ଏମ୍‌.ଏଫ୍‌. ଏବଂ ଓମ୍ବାଡିସି ଅନୁଦାନରେ ହାତକୁ ନିଆଯାଇଥିବା ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ସମୀକ୍ଷା କରିଥିଲେ। ପ୍ରତି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଜିଲାପାଳ ଆଶିଷ ଠାକ୍‌ରେ, କେନ୍ଦୁଝର ଡି.ଏଫ୍‌.ଓ. ଧନରାଜ ଏଚ୍‌.ଡି., ଆନନ୍ଦପୁର ଡି.ଏଫ୍‌.ଓ. ଅଭୟ କୁମାର ଦଳେଇ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, କାନପୁର ଜଳସେଚନ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରସନ୍ନ କୁମାର ପାଣି, ଜାତୀୟ ରାଜପଥ ପ୍ରାଧିକରଣର ପ୍ରକଳ୍ପ ନିର୍ଦ୍ଦେଶକ, ଓବିସିସିର ନିର୍ବାହୀ ଯନ୍ତ୍ରୀ ଇଂ. ନରସିଂହ ମହାନ୍ତ, ଆନନ୍ଦପୁର ବ୍ୟାରେଜ୍‌ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଅବିନାଶ ରାଉଳ, ବିଭିନ୍ନ ଲାଇନ୍‌ ଡିପାର୍ଟମେଣ୍ଟର ଅଧିକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ମୁଖ୍ୟ ଶାସନ ସଚିବଙ୍କ ଗସ୍ତ ଓ ସମୀକ୍ଷା ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri