ସରିଲା ଯୁକ୍ତ୨ ପରୀକ୍ଷା: ଶୁକ୍ରବାରରୁ ମୂଲ୍ୟାୟନ

ଭୁବନେଶ୍ୱର, ୨୧।୩(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଶେଷ ହୋଇଛି। ପରୀକ୍ଷାରେ ମୋଟ ୬୪୯ ଛାତ୍ରୀଛାତ୍ର କପି କରି ଧରାପଡ଼ିଥିବା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାରଠାରୁ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ। ପ୍ରଥମ ପର୍ଯ୍ୟାୟରେ ୨୨ରୁ ଏପ୍ରିଲ ୨ ପର୍ଯ୍ୟନ୍ତ ପ୍ରାୟ ୬,୫୦୦ ଶିକ୍ଷକ ଖାତା ଦେଖିବାକୁ ନିୟୋଜିତ ହୋଇଛନ୍ତି। ସେହିପରି ଏପ୍ରିଲ ୪ରୁ ୧୫ ପର୍ଯ୍ୟନ୍ତ ପ୍ରାୟ ୪ହଜାର ଶିକ୍ଷକ ଖାତାଦେଖିବେ। ଚଳିତବର୍ଷ ମଧ୍ୟ ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନରେ ଖାତାଦେଖା ହେବ। କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଖାତା ଅନ୍‌ଲାଇନରେ ଓ ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍‌ଲାଇନରେ ହେବ। ନିର୍ଦ୍ଧାରିତ ସମୟ ସୁଦ୍ଧା ମୂଲ୍ୟାୟନ ପ୍ରକ୍ରିୟା ସାରି ମେ’ ୧୫ ମଧ୍ୟରେ ଫଳ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଚଳିତବର୍ଷ ୩ଲକ୍ଷ ୮୬ହଜାର ୨୫୦ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ତେବେ ପଦାର୍ଥ ବିଜ୍ଞାନ ପରୀକ୍ଷା ପ୍ରଶ୍ନପ୍ରତ୍ରରେ ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିଥିବା ନେଇ ଛାତ୍ରୀଛାତ୍ରମାନେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଯାଞ୍ଚ କରି ଚଏସ୍‌ ଡେଫିସିଟ୍‌ ବା ବିକଳ୍ପ ଅଭାବ ଥିବା ପରିଷଦ ଜାଣିବାକୁ ପାଇଥିଲା। ଯେଉଁ ଛାତ୍ରୀଛାତ୍ର ସେହି ପ୍ରଶ୍ନକୁ ଲେଖିଥିବେ ବା ଲେଖିବାର ପ୍ରୟାସ କରିଥିବେ ସେମାନଙ୍କୁ ସର୍ବାଧିକ ୧୯ମାର୍କ ଗ୍ରେସ୍‌ ଦିଆଯିବ ବୋଲି ପରୀକ୍ଷା ନିୟନ୍ତ୍ରକ ପ୍ରକାଶ କରିଛନ୍ତି। ହେଲେ ପ୍ରଶ୍ନପତ୍ର ସିଲାବସ୍‌ ବାହାରୁ ଆସିଥିବାରୁ ଅଯଥା ସମୟ ଅପଚୟ ନ କରିବା ପାଇଁ ବହୁ ପରୀକ୍ଷାର୍ଥୀ ଉତ୍ତର ଲେଖିନାହାନ୍ତି। ତେଣୁ ସମସ୍ତ ପରୀକ୍ଷାର୍ଥୀଙ୍କୁ ଗ୍ରେସ୍‌ ଦେବା ପାଇଁ ଛାତ୍ରୀଛାତ୍ରଙ୍କ ସମେତ ଅଭିଭାବକମାନେ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?