Posted inଜାତୀୟ

ଉଦ୍ଧବ ଠାକରେ ଦଳର ୩ ନେତାଙ୍କ ବିରୋଧରେ ମାମଲା

ମୁମ୍ବାଇ,୧୮।୧୧: ମୁମ୍ବାଇ ପୋଲିସ ଉଦ୍ଧବ ଠାକରେ ଦଳର ତିନି ନେତା ଆଦିତ୍ୟ ଠାକରେ, ସୁନୀଲ ଶିନ୍ଦେ ଏବଂ ସଚିନ ଅହିରଙ୍କ ବିରୋଧରେ ମାମଲା ରୁଜୁ କରିଛି। ମୁମ୍ବାଇର ଏନଏମ ଯୋଶୀ ପୋଲିସ ଷ୍ଟେଶନରେ ଆଇପିସିର ଧାରା ୧୪୩, ୧୪୯, ୩୨୬ ଏବଂ ୪୪୭ ଅନୁଯାୟୀ ଏହି ତିନି ନେତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଡିଳାଇ ରୋଡ ବ୍ରିଜ୍‌ ଲେନ୍‌ର ଉଦ୍‌ଘାଟନ ସଂପର୍କରେ ଏହି ମାମଲା ରୁଜୁ କରାଯାଇଥିବା ଜଣାପଡିଛି।

ଡିଳାଇ ରୋଡ ବ୍ରିଜ୍‌ର ଏକ ଲେନ୍‌ର ଉଦ୍‌ଘାଟନ ସଂପର୍କରେ ଶିବସେନା ଠାକରେ ଗୋଷ୍ଠୀ ନେତା ଆଦିତ୍ୟ ଠାକରେ ଏବଂ ଅଧିକାରୀଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ମୁମ୍ବାଇ ମ୍ୟୁନିସିପାଲିଟି କର୍ପୋରେଶନର ସଡ଼କ ବିଭାଗ ଦ୍ୱାରା ଏନଏମ ଯୋଶୀ ପୋଲିସ ଷ୍ଟେଶନରେ ଅଭିଯୋଗ ହୋଇଥିଲା ଏବଂ ପରବର୍ତ୍ତୀ ସମୟରେ ଏକ ମାମଲା ରୁଜୁ ହୋଇଥିଲା। କାର୍ଯ୍ୟ ଅସମ୍ପୂର୍ଣ୍ଣ, ବେଆଇନ ଏବଂ ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବା ସତ୍ତ୍ୱେ ଆଦିତ୍ୟ ଠାକରେଙ୍କ ନେତୃତ୍ୱରେ ଦଡିଳାଇ ରୋଡର ଦ୍ୱିତୀୟ ଲେନ୍‌ ଗୁରୁବାର ଉଦ୍‌ଘାଟିତ ହୋଇଥିଲା। ମୁମ୍ବାଇ ମ୍ୟୁନିସିପାଲିଟି କର୍ପୋରେଶନ ବର୍ତ୍ତମାନ ଏହା ବିରୋଧରେ ଆକ୍ସନ ମୋଡରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ,୨୯l୬(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର ଅଞ୍ଚଳର…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ…

ବ୍ୟାଙ୍କ ଆକାଉଣ୍ଟକୁ ସିଧା ଯିବ ୫୦,୦୦୦ ପର୍ଯ୍ୟନ୍ତ ସବସିଡି ଟଙ୍କା! ଘୋଷଣା ହେଲା ସରକାରଙ୍କ ନୂଆ ଇଭି ଗାଇଡଲାଇନ୍‌

ଦିଲ୍ଲୀ ସରକାର ପ୍ରଦୂଷଣ କମାଇବା ଏବଂ ଇଲେକ୍ଟ୍ରିକ୍ ଯାନ (EV) କୁ ପ୍ରୋତ୍ସାହିତ କରିବା ପାଇଁ ନୂଆ ଇଭି ପଲିସି ୨୦୨୬-୩୦ (EV Policy 2026-30) ର…

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri