ପୁଣି ବଢିଲା ଅଡୁଆ, ଆଉ ଜଣେ ବିଜେଡି ନେତା…

ଭୁବନେଶ୍ୱର,୨୯।୭: ପୁଣି ଜଣେ ବିଜେଡି ନେତାଙ୍କ ନାଁରେ ବଢିଲା ଅଡୁଆ। ପ୍ରଫୁଲ୍ଲ ଘଡେଇଙ୍କ ପୁଅ ତଥା ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ (ଡାନି)ଙ୍କ ନାଁରେ ଏଫଆଇଆର। କେବଳ ଡାନି ନୁହନ୍ତି ତାଙ୍କ ସମେତ ୭ଜଣଙ୍କ ନାଁରେ ରୁଜୁ ହୋଇଛି ମାମଲା।

ଯାଜପୁର ଜିଲ୍ଲା ଦାନଗଦୀ-ଡୁବୁରି ରାସ୍ତାର ସିଆରିଆ ମସଜିଦ ନିକଟରେ ଗତକାଲି ଅପରାହ୍ଣରେ ଏକ ବାଇକ୍‌କୁ ବସ ଧକ୍କା ଦେବାରୁ ଘଟଣାସ୍ଥଳରେ ସୁକିନ୍ଦା ଥାନା ଅଧୀନ ବନ୍ଧଗାଁ ପଞ୍ଚାୟତ ନଟିସାହିର ଅଭିମନୁ ମହାନ୍ତ (୩୨) ଙ୍କ ମୃତ୍ୟୁ ଘଟିଥିଲା ଏବଂ ସୁକିନ୍ଦା ଥାନା ରଙ୍କିଆ ଗାଁର ଲକ୍ଷ୍ମୀଧର ମହାକୁଡ଼ ଆହତ ହୋଇଥିଲେ । ଦୁର୍ଘଟଣା ପରେ କ୍ଷତିପୂରଣ ଦାବିରେ ରାସ୍ତାରୋକ ହୋଇଥିଲା ।

ତେବେ ପୋଲିସ ଓ ସରକାରୀ ଅଧିକାରୀଙ୍କୁ ଗାଳିଗୁଲଜ କରିବା, ଗାଡ଼ି ଜାଳିଦେବା ପାଇଁ ଧମକ ଦେବା, ରାସ୍ତାରୋକ କରିବା ଏବଂ ଆଇନଶୃଙ୍ଖଳା ବିଗାଡିବା ପାଇଁ ଲୋକଙ୍କୁ ଉସକାଇବା ଅଭିଯୋଗରେ ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ (ଡାନି)ଙ୍କ ସମେତ ୭ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି । କଳିଙ୍ଗନଗର ଥାନା ଅଧିକାରୀ ପ୍ରକାଶ କୁମାର ସାହୁଙ୍କ ଏତଲା ଆଧାରରେ କଳିଙ୍ଗନଗର ଥାନାରେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ ମନୋରଂଜନ ହାଇବ୍ରୁ, ଟୁକୁ ସାହୁ, ସୁଦାମ ପହି, ସାଗର ଧୀର, ଜଟିଆ ପାତ୍ର, ମିଞ୍ଜା ପାତ୍ରଙ୍କ ନାମରେ ଭାରତୀୟ ନ୍ୟାୟ ସଂହିତାର ୧୯୧(୨), ୨୨୧, ୨୮୫, ୧୨୬ (୨), ୪୯, ୨୯୬, ୩୫୧, ୩୫୧(୩), ୧୧୫(୨), ୩୨୬ (ଏଫ), ୧୯୦ ଦଫାରେ ମାମଲା ରୁଜୁ କରାଯାଇଛି ।

ସୂଚନାଥାଉ କି, ଏହା ପୂର୍ବରୁ ଡାନି କାଳିଆପାଣି ଥାନା ଅଞ୍ଚଳର ଏକ ଘଟଣାକୁ ନେଇ ବରିଷ୍ଠ ପୁଲିସ ଅଧିକାରୀଙ୍କୁ କାର୍ଯ୍ୟାଳୟରେ ପଶି ତାଗିଦ କରିଥିଲେ । ଯାହାର ଭିଡିଓ ସେତେବେଳେ ଭାଇରାଲ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri