Posted inଜାତୀୟ

ଭାଜପା ଆଇଟି ସେଲ ମୁଖ୍ୟ ଅମିତ ମାଲବ୍ୟଙ୍କ ବିରୋଧ ଏଫଆଇଆର: କରିଥିଲେ ରାହୁଲଙ୍କର ବିବାଦୀୟ ଟୁଇଟ…

ବେଙ୍ଗାଲୁରୁ,୨୮।୬ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ବିବାଦୀୟ ଟୁଇଟ କରି ବେଙ୍ଗାଲୁରୁର ଭାଜପା ଆଇଟି ସେଲର ମୁଖ୍ୟ ଅମିତ ମାଲବ୍ୟଙ୍କ ବିରୋଧରେ ଏଫଆଇଆର୍‌ ପଞ୍ଜିକୃତ ହୋଇଛି। ମାଲବ୍ୟଙ୍କ ଟୁଇଟକୁ ନେଇ କଂଗ୍ରେସ ନେତାଙ୍କ ତରଫରୁ ପୋଲିସ ନିକଟରେ ଅଭିଯୋଗ କରାଯାଇଥିଲା, ଯାହା ପରେ ଏଫଆଇଆର ପଞ୍ଜୀକୃତ ହୋଇଥିଲା। ହିନ୍ଦୁ ସଂସ୍କୃତି ଏବଂ ଭାରତ ବିରୋଧରେ ରାହୁଲଙ୍କୁ ଦେଖାଇଥିବା ଅଭିଯୋଗ ହୋଇଛି। ଏହା ସହିତ ଏହା ମଧ୍ୟ କୁହାଯାଇଛି ଭାଜପା ନେତା ମାଲବ୍ୟଙ୍କ ତରଫରୁ ରାହୁଲ ଗାନ୍ଧୀଙ୍କ ଭାଷଣ ବଦଳାଇ ଦିଆଯାଇଥିବା ଅଭିଯୋଗ ହୋଇଥିଲା॥

କଂଗ୍ରେସ ନେତା ରମେଶ ବାବୁ ଅମିତ ମାଲବ୍ୟଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଏହି ଅଭିଯୋଗରେ କୁହାଯାଇଥିଲା ଟୁଇଟ ହୋଇଥିବା ଭିଡିଓ ସାମାଜିକ ଅନ୍ୟାୟ ବିରୁଦ୍ଧରେ ଅଟେ। ସେ ରାହୁଲ ଗାନ୍ଧୀ, ଭାରତୀୟ ଜାତୀୟ କଂଗ୍ରେସ ଏବଂ ଅନ୍ତର୍ଜାତୀୟ ଗଣମାଧ୍ୟମ ମଧ୍ୟରେ ଏକ ସମ୍ପର୍କ ଦେଖାଇଛନ୍ତି। ଭିଡିଓରେ ସେ ଦର୍ଶାଇଛନ୍ତି କଂଗ୍ରେସ କେବଳ ସଂଖ୍ୟାଲଘୁଙ୍କୁ ସମର୍ଥନ କରେ।

ଅଭିଯୋଗରେ ଦର୍ଶାଯାଇଛି, ଟୁଇଟରେ ରାହୁଲ ଗାନ୍ଧୀଙ୍କ ଭାଷଣରେ ପରିବର୍ତ୍ତନ କରାଯାଇଛି ଏବଂ କୁହାଯାଇଛି ସେ ସମାଜକୁ ବିଭାଜନ କରିବାକୁ ଚାହୁଁଛନ୍ତି ଏବଂ ସମାଜରେ ଘୃଣାଭାବ ବିସ୍ତାର କରିବାକୁ ଚାହୁଁଛନ୍ତି। ଏହା ରାହୁଲ ଗାନ୍ଧୀ ଏବଂ ଭାରତୀୟ ଜାତୀୟ କଂଗ୍ରେସର ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିଛି। ସମାଜ କ୍ଷତିଗ୍ରସ୍ତ ହୋଇଛି। ତେଣୁ ଆମେ ଆଇନ ଅନୁଯାୟୀ ଅମିତ ମାଲବ୍ୟ ଏବଂ ଅନ୍ୟମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri