କନିଷ୍ଠ ଡାକ୍ତରଙ୍କ ବିରୋଧରେ ଅଧ୍ୟକ୍ଷଙ୍କ ଏତଲା

ବ୍ରହ୍ମପୁର ଅଫିସ,୯।୫: ଏମକେସିଜି ମେଡିକାଲ କଲେଜ ଓ ହସ୍ପିିଟାଲର ଏମବିବିଏସ ଦ୍ୱିତୀୟ ବର୍ଷର ଡାକ୍ତରୀ ଛାତ୍ରଙ୍କୁ ର଼୍ୟାଗିଂ ଘଟଣା ଏବେ ଥାନାରେ ପହଞ୍ଚିଛି। ର଼୍ୟାଗିଂ କରାଯିବା ନେଇ ସିସିଟିଭି ଫୁଟେଜ ସାମ୍ନାକୁ ଆସିବା ପରେ ଏମକେସିଜିର ଅଧ୍ୟକ୍ଷ ତଥା ଡିନଙ୍କ ପକ୍ଷରୁ ଏମକେସିଜିର ହାଉସ ଅଫିସର ତଥା କନିଷ୍ଠ ଡାକ୍ତର ବିଶ୍ୱବିକାଶ ସାହୁଙ୍କ ନାଁରେ ବୈଦ୍ୟନାଥପୁର ଥାନାରେ ଏତଲା ଦେଇଛନ୍ତି। ଡା. ବିଶ୍ୱବିକାଶ ଘଟଣା ଦିନ ହଷ୍ଟେଲକୁ ଯାଇ ଅନ୍ତେବାସୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେବା ସହ ର଼୍ୟାଗିଂ କରିଥିବା ସିସିଟିଭି ଫୁଟେଜରୁ ଜଣାପଡ଼ିଥିଲା। ଏହାପରେ ହଷ୍ଟେଲ କାଉନସିଲ ବୈଠକ ଡକାଯାଇଥିଲା। ଆଉ ବୈଠକରେ ହୋଇଥିବା ନିଷ୍ପତ୍ତି ପ୍ରକାରେ ଅଧ୍ୟକ୍ଷ ତଥା ଡିନ ପ୍ରଫେସର ଅବନୀକାନ୍ତ ମିଶ୍ର ଏନେଇ ବୈଦ୍ୟନାଥପୁର ଥାନାରେ ଲିଖିତ ଏତଲା ଦେଇଛନ୍ତି। ଅଧ୍ୟକ୍ଷଙ୍କ ଏତଲାକୁ ଭିତ୍ତି କରି ପୋଲିସ ଥାନାରେ କେସ ନଂ ୧୩୨/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ କରୁଥିବା କହିଛି। ସୂଚନା ଅନୁଯାୟୀ କିଛି ଦିନ ତଳେ ଏମକେସିଜିର ବରିଷ୍ଠ ଡାକ୍ତରୀ ଛାତ୍ରମାନେ ଦ୍ୱିତୀୟ ବର୍ଷର କନିଷ୍ଠ ଛାତ୍ରଙ୍କ ହଷ୍ଟେଲକୁ ଯାଇ ର଼୍ୟାଗିଂ କରିଥିବା ଅଭିଯୋଗ ହୋଇଥିଲା। ର଼୍ୟାଗିଂର ଶିକାର ଡାକ୍ତରୀ ଛାତ୍ରମାନେ ଆଣ୍ଟି ରେଗିଂ ସେଲରେ ଅଭିଯୋଗ କରିବା ପରେ ଘଟଣା ସାମ୍ନାକୁ ଆସିଥିଲା। ଏ ନେଇ ଏମକେସିଜିରେ ମିଳିତ ବୈଠକ ମଧ୍ୟ ହୋଇଥିଲା। ପ୍ରକୃତରେ ର଼୍ୟାଗିଂ ହୋଇଛି କି ନାହିଁ ସେ ନେଇ ସିସିଟିଭି ଫୁଟେଜ ସଂଗ୍ରହ ପାଇଁ ଏମକେସିଜି କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଥିଲେ। ଦୁଇ ଦିନ ତଳେ ସିସିଟିଭି ଫୁଟେଜ ମିଳିବା ପରେ ହଷ୍ଟେଲ କାଉନସିଲ ବୈଠକ ଡକାଯାଇ ଏତଲା ଦେବାକୁ ନିଷ୍ପତ୍ତି ହୋଇଥିଲା। ନିୟମ ଅନୁସାରେ ସଂପୃକ୍ତି କନିଷ୍ଠ ଡାକ୍ତରଙ୍କ ନାଁରେ ଏତଲା ଦିଆଯାଇଛି ବୋଲି ଏମକେସିଜିର ଅଧ୍ୟକ୍ଷ ପ୍ରଫେସର ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri