ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି । ଦାନ ମାଝୀଙ୍କ ଜୀବନ କାହାଣୀକୁ ନେଇ ନିର୍ମିତ କ୍ଷୁଦ୍ର ଚଳଚ୍ଚିତ୍ର ଫିଲ୍ମ ‘ଲାଶ୍’ର ପ୍ରଯୋଜକ ସମ୍ବଲପୁରର ମନୋଜ ବାଗଙ୍କ ନାଁ ରେ ସେ ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନାରେ ଏତଲା ଦେଇଛନ୍ତି ।

ତାଙ୍କ ଜୀବନର ଘଟଣା ଓ କାହାଣୀକୁ ଆଧାର କରି ଫିଲ୍ମ ତିଆରି କରାଯାଇଥିବାରୁ ତାଙ୍କର ସମ୍ମତି ନେବା ଆବଶ୍ୟକ ଥିଲା। ହେଲେ ବିନା ଅନୁମତିରେ ତାଙ୍କ ଜୀବନକୁ ନେଇ ଚଳଚ୍ଚିତ୍ର ନିର୍ମାଣ କରାଯାଇଥିବା ଅଭିଯୋଗ କରି ସେ ଆଇନଗତ ପଦକ୍ଷେପ ନେଇଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ତାଙ୍କ ଜୀବନର ସବୁଠାରୁ ଦୁଃଖଦ ଘଟଣାକୁ ଆଧାର କରି ‘ଲାଶ୍’ ନାମକ କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାଣ କରାଯାଇଛି । କିନ୍ତୁ ଏଥିପାଇଁ ତାଙ୍କଠାରୁ କୌଣସି ଅନୁମତି ନିଆଯାଇନାହିଁ।

ପ୍ରଯୋଜକ ମନୋଜ ବାଗ କିମ୍ବା ଫିଲ୍ମ ସହ ଜଡ଼ିତ କୌଣସି ସଦସ୍ୟ ତାଙ୍କୁ ଆଦୌ ଯୋଗାଯୋଗ କରି ନାହାନ୍ତି । ତାଙ୍କ ବିନା ଅନୁମତିରେ ଫିଲ୍ମ ତିଆରି ହୋଇଛି । ଗତ ୨୦୧୬ ମସିହାରେ ଦାନ ମାଝୀଙ୍କ ଘଟଣା ସାରା ଦେଶରେ ଚର୍ଚ୍ଚାକୁ ଆସିଥିଲା। କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରୁ ସ୍ତ୍ରୀଙ୍କ ମୃତଦେହ ନେବା ପାଇଁ ଦାନ ମାଝୀଙ୍କୁ ଆମ୍ବୁଲାନ୍ସ ମିଳି ନଥିଲା । ଶେଷରେ ସେ ନିଜେ କାନ୍ଧରେ ମୃତଦେହ ବୋହି ଘରକୁ ଯାଇଥିଲେ। ସାଙ୍ଗରେ ତାଙ୍କର ସାନ ଝିଅ ମଧ୍ୟ ରହିଥିଲେ। ଏହି ଘଟଣା ସ୍ୱାସ୍ଥ୍ୟ ବ୍ୟବସ୍ଥା ଓ ମାନବିକତାର ଅସଲ ଚେହେରା ସାମ୍ନାକୁ ଆଣିଥିଲା। ସେତେବେଳେ ଘଟଣାକୁ ନେଇ ପୂରା ଦେଶରେ ହଇଚଇ ସୃଷ୍ଟି ହୋଇଥିଲା। ସରକାରୀ ଓ ବେସରକାରୀ ସ୍ତରରେ ଦାନ ମାଝୀଙ୍କୁ ସହାୟତାର ସୁଅ ମଧ୍ୟ ଛୁଟିଥିଲା। ବର୍ତ୍ତମାନ ଏହି ଘଟଣାକୁ ନେଇ ନିର୍ମିତ କ୍ଷୁଦ୍ର ଚଳଚ୍ଚିତ୍ର ‘ଲାଶ୍’କୁ ନେଇ ଆଇନଗତ ବିବାଦ ଆରମ୍ଭ ହୋଇଛି । ଦାନ ମାଝୀଙ୍କ ଅଭିଯୋଗ ପରେ ପୋଲିସ ଅଭିଯୋଗର ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ସେବା ପାଇଁ ଉତ୍ସର୍ଗୀକୃତ ଭଞ୍ଜନଗର ରୋଟାରୀ କ୍ଲବ: ବିଭିନ୍ନ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଳବର ୧୯ ତମ ଅଧିଷ୍ଠାନ ଉତ୍ସବ ସ୍ଥାନୀୟ ଜଗନ୍ନାଥ ରିସର୍ଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅତିଥିମାନେ ଯୋଗଦେଇ…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

ରଥଯାତ୍ରାର ଅନ୍ତିମ ଯାତ୍ରା ଦେଖିବା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ଆଗମନ

ପୁରୀ,୨୭ା୭: ଆଜି ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରିବିଜେ। ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ। ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri