ନବୀନଙ୍କ ନାଁରେ ରୁଜୁ ହେବ ଏଫଆଇଆର! ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୧୭।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନାଁରେ ରୁଜୁ ହେବ ଏଫଆଇଆର। କେବଳ ନବୀନ ନୁହନ୍ତି, ପୂର୍ବତନ ମନ୍ତ୍ରୀ ଓ ସଚିବଙ୍କୁ ମିଶାଇ ମୋଟ ୮ ଜଣଙ୍କ ନାମରେ ଥାନାରେ ଏତଲା ଦିଆଯିବ। ମିଛ ପ୍ରତିଶ୍ରୁତି ଓ ପ୍ରତାରଣା କରିବା ଅଭିଯୋଗରେ ଏପରି ଅଭିଯୋଗ କରିବ ନିଖିଳ ଓ ଠିକାଦାର ମହାସଂଘ। ନିଖିଳ ଓ ଠିକାଦାର ମହାସଂଘ ଗୁରୁବାର ଅର୍ଥାତ୍‌ ୧୮ ତାରିଖ ଦିନ ମଞ୍ଚେଶ୍ବର ଥାନାରେ ଏତଲା ଦେବ। ଏନେଇ ଆଜି ମହାସଂଘର ସଭାପତି ପ୍ରଭାତ ଦାଶ ଓ ସମ୍ପାଦକ ଭାଗ୍ୟଧର ଦାଶ ସୂଚନା ଦେଇଛନ୍ତି।

ସେମାନେ ଅଭିଯୋଗ କରିଛନ୍ତି, ୨୦୧୯ ମସିହାରେ ଲୋୟର ପିଏମଜିରେ ୧୦ ଦଫା ଦାବି ନେଇ ମହାସଂଘ ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ଏଥିରେ ବ ପ୍ରୋଜେକ୍ଟ କରି ରାଜ୍ୟ ବାହାର ଠିକାଦାରଙ୍କୁ ଟେଣ୍ଡର ନ ଦେବା ଓ ଠିକାଦାରଙ୍କୁ ବଡ଼କାମକୁ ଭାଗଭାଗ କରି ଦେବା, ପ୍ରତିବର୍ଷ ଆନୁଷଙ୍ଗିକ ଉପରକରଣ ଦର ବୃଦ୍ଧି କରିବା, ୧୪ .୯୯ ପ୍ରତିଶତ ପ୍ରକ୍ରିୟା ବନ୍ଦ କରିବା, ଲାଇସେନ୍ସଧାରୀଙ୍କ ପାଇଁ ୫୦ କୋଟି ପର୍ଯ୍ୟନ୍ତ ସମସ୍ତ ନିୟମାବଳୀକୁ ପ୍ରତ୍ୟାହାର କରିବା ଭଳି ୧୦ଟି ଦାବି ଉପସ୍ଥାପନ କରାଯାଇଥିଲା। ଏହି ସମୟରେ ବିଧାୟକ ଅନନ୍ତ ନାରାୟଣ ଜେନା ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସମସ୍ତ ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଏକ କମିଟି ଗଠନ କରାଯାଇ ଉକ୍ତ ଦାବିଗୁଡିକ ପୂରଣ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଥିଲା। କିନ୍ତୁ ଦୀର୍ଘ ସାଢେ ୪ ବର୍ଷ ପରେ କୌଣସି ଗୋଟିଏ ଦାବି ପୂରଣ କରାଯାଇ ନାହିଁ। ତେଣୁ ଉକ୍ତ କମିଟି ବିରୋଧରେ ଏତଲା ଦେବ ମହାସଂଘ। ଏଥିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ ଜେନା, ସୁଦାମ ମାରାଣ୍ଡି, ସୁଶାନ୍ତ ସିଂହ, ରଘୁନନ୍ଦନ ଦାସ ଏବଂ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଥିବା ବୀର ବିକ୍ରମ ଯାଦବଙ୍କ ନାମରେ ଏତଲା ଦିଆଯିବ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri