ବେନିନର ଇନ୍ଧନ ଡିପୋରେ ଅଗ୍ନିକାଣ୍ଡ : ୩୪ ମୃତ, ୨୦ ଗୁରୁତର ଆହତ…

ଆବୁଜା,୨୪।୯ : ନାଇଜେରିଆ ସୀମା ନିକଟ ବେନିନରେ ଥିବା ଏକ ଇନ୍ଧନ ଡିପୋରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଯେଉଁଥିରେ ୩୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଦୁଇ ପିଲା ମଧ୍ୟ ଅଛନ୍ତି ବୋଲି କୁହାଯାଉଛି। ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ଖବର ମଧ୍ୟ ରହିଛି। ସୂଚନାନୁସାରେ ଅଗ୍ନିକାଣ୍ଡ ଯୋଗୁଁ ବିସ୍ଫୋରଣ ହୋଇଥିଲା।

ନିଆଁ ଲାଗିବା ପରେ  ଧୂଆଁ ବାହାରିଥିବାର ଦେଖାଯାଇଥିଲା। ଜଣେ ସରକାରୀ ଅଧିକାରୀ ତଥା ସ୍ଥାନୀୟ ବାସିନ୍ଦାଙ୍କ ଉଦ୍ଧେଶ୍ୟରେ ଖବର ଏଜେନ୍ସି କହିଛନ୍ତି ଅଗ୍ନିକାଣ୍ଡରେ ବହୁ ଲୋକଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ମୃତଦେହ ପଡ଼ିଥିବାର ଦେଖିବାକୁ ମିଳିଛି।

ଇନ୍ଧନ ଗୋଦାମରେ କାର, ମୋଟରସାଇକେଲ ଏବଂ ତିନି ଚକିଆ ଯାନ ଇନ୍ଧନ ଭରିବାକୁ ଆସିଥିଲେ। ଏହି ସମୟରେ ଏଠାରେ ଅଗ୍ନିକାଣ୍ଡ ଘଟିଥିଲା।

ସୂଚନାଯୋଗ୍ୟ ଆଫ୍ରିକୀୟ ଦେଶ ନାଇଜେରିଆ ଏକ ପ୍ରମୁଖ ତୈଳ ଉତ୍ପାଦନକାରୀ। ଯେଉଁ କାରଣରୁ ଦେଶ ତଥା ଏହାର ସୀମାରେ ଇନ୍ଧନ ଚୋରା ଚାଲାଣ ଏକ ସାଧାରଣ କଥା। ଅନେକ ଥର ଏଠାରେ ବେଆଇନ ରିଫାଇନାରୀ, ଇନ୍ଧନ ଡମ୍ପିଂ ଷ୍ଟେଶନ ଏବଂ ପାଇପଲାଇନରେ ଅଗ୍ନିକାଣ୍ଡ ଘଟିଥାଏ। ଜଣେ ମନ୍ତ୍ରୀଙ୍କ କହିବାନୁସାରେ, ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବେନିନର ଆଭ୍ୟନ୍ତରୀଣ ମନ୍ତ୍ରୀ ଆଲାସାନେ ସେଡୋ କହିଛନ୍ତି ସହରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। କିନ୍ତୁ ଏହି ଅଗ୍ନିକାଣ୍ଡ କିପରି ଘଟିଲା ସେ ସମ୍ବନ୍ଧରେ ବିସ୍ତୃତ ସୂଚନା ଦିଆଯାଇ ନାହିଁ। ଅଧିକାରୀ କହିଛନ୍ତି ଇନ୍ଧନରେ ବିସ୍ଫୋରଣ ଯୋଗୁ ଏଭଳି ଘଟିଥିବା ଅନୁମାନ କରାଯାଉଛି। କେତେକ ଆହତଙ୍କ ଅବସ୍ଥା ଗୁରୁତର ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?