ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ ବଶତଃ ନିଆଁଲାଗି ଲକ୍ଷାଧିକ ଟଙ୍କାର ଅଫିସିଆଲିି ଜିନିଷ ନଷ୍ଟ ହୋଇଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେସିର ଗ୍ରାମ ପଞ୍ଚାୟତର ତହଶିର ଗାଁରେ ଥିବା ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ ଅପରାହ୍ନ ସାଢ଼େ ତିନିଟା ସମୟରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା ।

ସୂଚନା ମୁତାବକ ନିଆଁ ଲାଗିବାରର କିଛି ସମୟ ପୂର୍ୱରୁ ଏଠାରେ ଏକ ସରକାରୀ ମିଟିଙ୍ଗ ଚାଲିଥିଲା ।
ଏହି ଆରୋଗ୍ୟ କେନ୍ଦ୍ରରେ ଥିବା ଦୁଇଟି ଲାପଟପ , ଗୋଟିଏ ପ୍ରିଣ୍ଟର , ଦୁଇଟି ଫ୍ରିଜ, ଛଅ ଗୋଟି ଆଲମିରା ,ଦୁଇଟି ବେଡ ଓ ଅନ୍ୟାନ୍ୟ କାଗଜ ପତ୍ର ଜଳି ପୋଡି ନଷ୍ଟ ହୋଇ ଯାଇଥିବା ସୂଚନା ମିଳିଛି। ଏହି କେନ୍ଦ୍ରରେ ସଂଯୋଗ ହୋଇଥିବା ବିଦ୍ୟୁତ ସର୍କିଟରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗି ଥିବା ଅନୁମାନ କରାଯାଉଛି।

ଗ୍ରାମବାସୀମାନେ କେସିଙ୍ଗା ଅଗ୍ନିଶମ ବିଭାଗକୁ ଫୋନ କରିଥିଲେ। ଖବର ପାଇ ଦୁଇଟି ନିଆଁଲିଭା ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି। ଏହି କେନ୍ଦ୍ରରେ କାର୍ଯ୍ୟରତ ସିଏଚଓ ଙ୍କ ଠାରୁ କିଛି ସୂଚନା ମିଳି ପାରି ନାହିଁ। ତେବେ କୁହାଯାଉଛି କେସିଙ୍ଗା ବ୍ଳକରେ ଥିବା ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରଗୁଡ଼ିକରେ କର୍ମଚାରୀମାନେ ଗୋଟିଏ ଓଳି କାମ କରି ଘରୁ ପଳାଇ ଯାଉଛନ୍ତି। ସକାଳ 10ଟା ରୁ ଅପରାହ୍ନ 4 ଟା ପର୍ଯ୍ୟନ୍ତ କର୍ମଚାରୀ ମାନେ ରହିବା କଥା , କର୍ମଚାରୀଙ୍କ ଅବହେଳାରୁ ଏ ଭଳି ନିଆ ଲାଗି ନଷ୍ଟ ହୋଇଥିବା ଜଣା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri