ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ ଜଳିଯାଇଛି ଫଳ ଦୋକାନ। ପ୍ରାୟ ୫୦ରୁ ଅଧିକ ଦୋକାନ ଜାଳିପୋଡି ଛାରଖାର ହୋଇଯାଉଛି । ଜିଲାପାଳଙ୍କ ଅଫିସ ନିକଟରେ ଥିବା ପୌରସଂସ୍ଥା ପକ୍ଷରୁ ତିଆରି ହୋଇଥିବା ଫଳ ବଜାରରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା କାମରେ ଲାଗିଥିଲେ ବି ନିଆଁକୁ ଆୟତ୍ତ କରିପାରି ନ ଥିଲେ। ସମସ୍ତ ଦୋକାନ ଜଳି ପୋଡି ପାଉଁଶ ହୋଇଯାଇଥିଲା। ଫଳ ଦୋକାନୀମାନେ କ୍ଷତିପୂରଣ ଦାବି ନେଇ ରାସ୍ତାରୋକୋ କରିଥିଲେ । ଫଳ ବେପାରୀଙ୍କ ସହ ଜିଲା ପ୍ରଶାସନ ପକ୍ଷରୁ ଆଲୋଚନା କରଯାଇଥିବା ବେଳେ ବଲାଙ୍ଗୀରର ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ବିଧାୟକ ଅନଙ୍ଗ ଉଦୟ ସିଂଦେଓ ଓ ବିଜେଡି ଯୁବ ନେତା ଅର୍କେଶ ନାରାୟଣ ସିଂଦେଓ ପୋଡି ଯାଇଥିବା ଫଳ ମାର୍କେଟରେ ପହଞ୍ଚି ପରିଦର୍ଶନ କରିବା ସହ ଫଳ ବେପାରୀଙ୍କ ସହ ଆଲୋଚନା କରିଥିଲେ । ସେମାନଙ୍କୁ କିପରି କ୍ଷତିପୂରଣ ମିଳିବ ସେ ଦିଗରେ ଜିଲା ପ୍ରଶାସନ ସହିତ ଆଲୋଚନା କରିବେ ବୋଲି କହିଛନ୍ତି। ପୌରଧ୍ୟକ୍ଷା କହିଛନ୍ତି ମ୍ୟୁନିସିପାଲଟି ପକ୍ଷରୁ ଦଶ ହଜାର ଟଙ୍କା ଲେଖାଏଁ ଦିଆଯିବ । ଜିଲାପାଳଙ୍କ ବିଭିନ୍ନ ଫଣ୍ଡ ଅଛି ସେଥିରୁ ମଧ୍ୟ ସେ ଦେବେ । ଅନ୍ୟପଟେ ବଲାଙ୍ଗୀର ବିଧାୟକଙ୍କ ତାଙ୍କୁ ଫୋନରେ କହିଛନ୍ତି , ଯାହା ଦରକାର ପଡିବ ସେ ମଧ୍ୟ ତାଙ୍କ ଏମଏଲଏ ଲାଡରୁ କ୍ଷତିପୂରଣ ଦେବେ ବୋଲି ବିଧାୟକ କଲକେଶ ନାରାୟଣ ସିଂଦେଓ କହିଥିବା କହିଛନ୍ତି। ଦିନ ବେଳେ ଫଳ ବଜାରରେ କିପରି ନିଆଁ ଲାଗିଲା ଜିଲା ପ୍ରଶାସନ ପକ୍ଷରୁ ଏହାର ତଦନ୍ତ କରାଯିବା ଦରକାର ବୋଲି କହିଛନ୍ତି। ଆଉ ଯେପରି ଏଭଳି ଦୁର୍ଘଟଣା କେବେ ନ ହେବ ସେ ଉପରେ ଆଲୋଚନା କରି ତାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ସିଂଦେଓ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?