ବେଲପାହାଡ଼ ଟିଆର୍‌ଏଲ୍‌ କ୍ରୋସାକୀ ଡୋଲୋମାଇଟ୍‌ ପ୍ଲାଣ୍ଟରେ ଅଗ୍ନିକାଣ୍ଡ, ବ୍ୟାପକ କ୍ଷୟକ୍ଷତି

ଝାରସୁଗୁଡ଼ା ଅଫିସ,୩।୩: ଝାରସୁଗୁଡ଼ା ଜିଲା ବେଲପାହାଡ ଟିଆର୍‌ଏଲ୍‌ କ୍ରୋସାକୀ ଡୋଲୋମାଇଟ ପ୍ଲାଣ୍ଟରେ ଗୁରୁବାର ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି। ସକାଳ ୭ଟାରେ ପ୍ଲାଣ୍ଟରେ ନିଆଁ ଲାଗିଥିବା ବେଳେ ସାଢେ ୯ଟାରେ ଆୟତ୍ତ ହୋଇଥିଲା। ଟିଆରଏଲ୍‌ କ୍ରୋସାକୀ, ଓପିଜିସି, ବେଦାନ୍ତ, ଲଖନପୁର ଓ ଝାରସୁଗୁଡ଼ା ଅଗ୍ନିଶ୍ରମ ବିଭାଗର ୫ରୁ ଊର୍ଦ୍ଧ୍ୱ ଦମକଳ ଗାଡି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ନିଆଁ ଏତେ ଜୋରରେ ଲାଗିଥିଲା ଯେ ସମଗ୍ର ପ୍ଲାଣ୍ଟ ଅଞ୍ଚଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ କଳାଧୂଆଁ ଆଚ୍ଛାଦିତ ହୋଇ ରହିଥିଲା। ଏନେଇ କମ୍ପାନୀର ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ସନ୍ତୋଷ ମିଶ୍ର କହିଛନ୍ତି, ଡୋଲୋମାଇଟ୍‌ ୱାକ୍ଫ ମେଲ୍ଟିଂ ୟୁନିଟ୍‌ରେ ଅଗ୍ନିକାଣ୍ଡ ଘଟିଥିଲା। ଏବେ ନିଆଁ ଆୟତ୍ତ ହୋଇଛି। ନିଆଁ କେମିତି ଲାଗିଲା ଓ ଅଗ୍ନିକାଣ୍ଡରେ କେତେ କ୍ଷୟକ୍ଷତି ହୋଇଛି ଏହା ସ୍ପଷ୍ଟ ହୋଇନାହିଁ। ଏଥିପାଇଁ ଏକ ସତନ୍ତ୍ର ତଦନ୍ତ ଟିମ୍‌ ଗଠନ କରାଯିବ। ଏହି ଟିମ ତଦନ୍ତ କଲାପରେ ସବୁକିଛି ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri