କଟକ ସନ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

କଟକ ଅଫିସ,୧।୨: କଟକ ତୁଳସୀପୁରର ଘରୋଇ ହସ୍ପିଟାଲ ‘ସନ୍‌’ରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲର ଉପର ମହଲାରେ ଏହି ନିଆଁ ଲାଗିଥିଲା। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ପ୍ରଚେଷ୍ଟା ଜାରି ରଖିଛନ୍ତି। ୧୧ ରୋଗୀଙ୍କୁ ଏସ୍‌ସିବି ସମେତ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଏହି ଦୁଃଖଦ ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ସ୍ଥିତି ଅନୁଧ୍ୟାନ ପାଇଁ ଜିଲାପାଳ ଭବାନୀ ଶଙ୍କର ଚୟନୀ, କମିଶନର, ଡିସିପି, ବିଧାୟକ ପ୍ରମୁଖ ପହଞ୍ଚିଛନ୍ତି। ନିଆଁକୁ ଆୟତ୍ତ କରାଯାଇଥିବା ବେଳେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛିି। ଅଗ୍ନିଶମ ବାହିନୀ ତଦନ୍ତ କରି ରିପୋର୍ଟ ଦେବା ପରେ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ଜଣାଇଛନ୍ତି।
ଅନ୍ୟପଟେ କଟକ ବିଧାୟକ ମହମ୍ମଦ ମୁକିମ କହିଛନ୍ତି, ନର୍ସିଂହୋମ ଉପରେ କିଚେନ, ଟ୍ରେନିଂ ସେଣ୍ଟର ଥିବା ବେଳେ ସେଠାରୁ ନିଆଁ ବ୍ୟାପିଥିବା ଅନୁମାନ କରାଯାଉଛି। ସମସ୍ତଙ୍କ ସହଯୋଗରେ ରୋଗୀଙ୍କୁ ତୁରନ୍ତ ଉଦ୍ଧାର କରାଯାଇଥିବାରୁ କେହି ଏଥିରେ ମୃତାହତ ହୋଇ ନାହାନ୍ତି। ତେବେ ନିଆଁ ଲାଗିବାର କାରଣ ଏଯାବତ୍‌ ସ୍ପଷ୍ଟ ହୋଇନାହିଁ। କ୍ଷୟକ୍ଷତିର ମଧ୍ୟ ଆକଳନ କରାଯାଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri