ଅକ୍ସିଜେନ ଟାଙ୍କିରେ ବିସ୍ଫୋରଣ : ୮୨ ମୃତ

ବାଗ୍‌ଦାଦ, ୨୫।୪: ଇରାକ ରାଜଧାନୀ ବାଗ୍‌ଦାଦର ଦିୟାଲା ବ୍ରିଜ୍‌ ଅଞ୍ଚଳରେ ଥିବା ଇବ୍‌ନ ଖାଟିବ୍‌ ହସ୍ପିଟାଲରେ ଶନିବାର ଘଟିଥିବା ଅଗ୍ନିକାଣ୍ଡ ଯୋଗୁ ୮୨ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ୧୧୦ ଜଣ ଆହତ ହୋଇଛନ୍ତି। ଅକ୍ସିଜେନ୍‌ ଟାଙ୍କିରେ ବିସ୍ଫୋରଣ କାରଣରୁ ଘଟିଛି ଏହି ଅଗ୍ନିକାଣ୍ଡ। ଏ ନେଇ ସୂଚନା ଦେଇଛନ୍ତି ଦେଶର ଗୃହ ମନ୍ତ୍ରଣାଳୟ ମୁଖପାତ୍ର। ଏଭଳି ଦୁଃଖଦ ଘଟଣା ଭବିଷ୍ୟତରେ ଯେପରି ନ ଘଟେ ସେଥିପାଇଁ ସମସ୍ତ ହସ୍ପିଟାଲର ସୁରକ୍ଷାବ୍ୟବସ୍ଥା ଯାଞ୍ଚ କରାଯିବ ବୋଲି ସେ କହିଛନ୍ତି।

ନିଆଁ ଲାଗିବା ପରେ ହସ୍ପିଟାଲ ଭିତରେ ରୋଗୀ, ସେମାନଙ୍କ ସମ୍ପର୍କୀୟ ଓ ହସ୍ପିଟାଲ କର୍ମୀଙ୍କ ମଧ୍ୟରେ ଖେଳିଯାଇଥିଲା ଆତଙ୍କ। କେତେଜଣ ସମ୍ପର୍କୀୟ ସେମାନଙ୍କ ରୋଗୀଙ୍କୁ କାନ୍ଧରେ ବୋହି ତଳକୁ ନେଇଆସିଥିଲେ। ଡାକ୍ତରମାନେ ମଧ୍ୟ ଜୀବନ ବିକଳରେ ଉପର ମହଲାରୁ ତଳକୁ ଡେଇଁଥିଲେ ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri