ଏମ୍‌କେସିଜି ମେଡିକାଲରେ ପୁଣି ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୨୧।୪: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲରେ ଶୁକ୍ରବାର ପୁଣିଥରେ ଅଗ୍ନିକାଣ୍ଡ ଘଟିଛି। ମେଡିକାଲ ପରିସରରେ ଥିବା ସୁପରସ୍ପେସାଲିଟି ବ୍ଲକରେ ଏହି ଅଗ୍ନିକାଣ୍ଡ ଘଟିଛି। ଫଳରେ ସିଟି ସ୍କାନ୍‌ ବିଭାଗ ପଛପଟେ ଥିବା ଏସି ମେଶିିନ୍‌ ଜଳି ଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫଳରେ ବଡ଼ ଅଘଟଣରୁ ରୋଗୀ, ସମ୍ପର୍କୀୟ, ଡାକ୍ତର ଓ କର୍ମଚାରୀମାନେ ବର୍ତ୍ତିଯାଇଥିଲେ।

ମଧ୍ୟାହ୍ନରେ ହଠାତ୍‌ ବ୍ଲକର ବାହାର ପଟେ ଲାଗିଥିବା ଏସିର ମେସିନରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ଏହା ଦେଖି ତୁରନ୍ତ ସୁରକ୍ଷା କର୍ମୀ ସେଠାରେ ପହଞ୍ଚି ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିଥିଲେ। ଅଗ୍ନିଶମ କର୍ମଚାରୀ ସେଠାରେ ପହଞ୍ଚି ନିଆଁ ଲିଭାଇଥିଲେ। ଫଳରେ ନିଆଁ ଭିତରକୁ ବ୍ୟାପି ନ ଥିଲା। ମାତ୍ରାଧିକ ଲୋଡ୍‌ ଯୋଗୁ ସର୍ଟସର୍କିଟ୍‌ ଘଟି ଏଭଳି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଘଟଣା ପରେ ଏମ୍‌କେସିଜି ଅଧୀକ୍ଷକଙ୍କ ସମେତ ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ।

ଅଗ୍ନିକାଣ୍ଡରେ କେହି ଆହତ ହୋଇ ନାହାନ୍ତି କି ବଡ଼ ଧରଣର କ୍ଷୟକ୍ଷତି ଘଟି ନାହିଁ। ଏମ୍‌କେସିଜି ବିଗତ ଦିନରେ ମଧ୍ୟ ଏଭଳି ବାରମ୍ବାର ଅଗ୍ନିକାଣ୍ଡ ଘଟଣା ଘଟିଛି। ଗତବର୍ଷ ଅଗଷ୍ଟ ୨୬ ତାରିଖରେ ଏହି ବ୍ଲକରେ ଅଗ୍ନିକାଣ୍ଡ ଘଟିଥିଲା। ସୁପରସ୍ପେସାଲଟି ବ୍ଲକର ପଞ୍ଚମ ମହଲାରେ ସର୍ଟସର୍କିଟ୍‌ ଘଟି ବିଦ୍ୟୁତ୍‌ ତାର ପୋଡ଼ି ଯିବା ସହ ଓଟି (ଅପରେସନ୍‌ ଥିଏଟର୍‌)ରେ କିଛି ଆସବାବପତ୍ର ଓ ସିଲିଂ ପୋଡ଼ି ଯାଇଥିଲା। ନିଆଁର ପ୍ରକୋପ ବଢ଼ିବା ପୂର୍ବରୁ ପ୍ରବଳ ଧୂଆଁରେ ରୋଗୀ ଓ କର୍ମଚାରୀମାନେ ଶ୍ୱାସରୁଦ୍ଧ ହୋଇ ପଡ଼ିଥିଲେ। ଏମ୍‌କେସିଜି ପରିସରରେ ଥିବା ଦମକଳ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆତ୍ତୟ କରିବା ପରେ ଏକ ବଡ଼ ଧରଣର ଅଘଟଣକୁ ଟାଳି ଦିଆଯାଇପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri