ଏମ୍‌କେସିଜି ମେଡିକାଲରେ ପୁଣି ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୨୧।୪: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲରେ ଶୁକ୍ରବାର ପୁଣିଥରେ ଅଗ୍ନିକାଣ୍ଡ ଘଟିଛି। ମେଡିକାଲ ପରିସରରେ ଥିବା ସୁପରସ୍ପେସାଲିଟି ବ୍ଲକରେ ଏହି ଅଗ୍ନିକାଣ୍ଡ ଘଟିଛି। ଫଳରେ ସିଟି ସ୍କାନ୍‌ ବିଭାଗ ପଛପଟେ ଥିବା ଏସି ମେଶିିନ୍‌ ଜଳି ଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫଳରେ ବଡ଼ ଅଘଟଣରୁ ରୋଗୀ, ସମ୍ପର୍କୀୟ, ଡାକ୍ତର ଓ କର୍ମଚାରୀମାନେ ବର୍ତ୍ତିଯାଇଥିଲେ।

ମଧ୍ୟାହ୍ନରେ ହଠାତ୍‌ ବ୍ଲକର ବାହାର ପଟେ ଲାଗିଥିବା ଏସିର ମେସିନରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ଏହା ଦେଖି ତୁରନ୍ତ ସୁରକ୍ଷା କର୍ମୀ ସେଠାରେ ପହଞ୍ଚି ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିଥିଲେ। ଅଗ୍ନିଶମ କର୍ମଚାରୀ ସେଠାରେ ପହଞ୍ଚି ନିଆଁ ଲିଭାଇଥିଲେ। ଫଳରେ ନିଆଁ ଭିତରକୁ ବ୍ୟାପି ନ ଥିଲା। ମାତ୍ରାଧିକ ଲୋଡ୍‌ ଯୋଗୁ ସର୍ଟସର୍କିଟ୍‌ ଘଟି ଏଭଳି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଘଟଣା ପରେ ଏମ୍‌କେସିଜି ଅଧୀକ୍ଷକଙ୍କ ସମେତ ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ।

ଅଗ୍ନିକାଣ୍ଡରେ କେହି ଆହତ ହୋଇ ନାହାନ୍ତି କି ବଡ଼ ଧରଣର କ୍ଷୟକ୍ଷତି ଘଟି ନାହିଁ। ଏମ୍‌କେସିଜି ବିଗତ ଦିନରେ ମଧ୍ୟ ଏଭଳି ବାରମ୍ବାର ଅଗ୍ନିକାଣ୍ଡ ଘଟଣା ଘଟିଛି। ଗତବର୍ଷ ଅଗଷ୍ଟ ୨୬ ତାରିଖରେ ଏହି ବ୍ଲକରେ ଅଗ୍ନିକାଣ୍ଡ ଘଟିଥିଲା। ସୁପରସ୍ପେସାଲଟି ବ୍ଲକର ପଞ୍ଚମ ମହଲାରେ ସର୍ଟସର୍କିଟ୍‌ ଘଟି ବିଦ୍ୟୁତ୍‌ ତାର ପୋଡ଼ି ଯିବା ସହ ଓଟି (ଅପରେସନ୍‌ ଥିଏଟର୍‌)ରେ କିଛି ଆସବାବପତ୍ର ଓ ସିଲିଂ ପୋଡ଼ି ଯାଇଥିଲା। ନିଆଁର ପ୍ରକୋପ ବଢ଼ିବା ପୂର୍ବରୁ ପ୍ରବଳ ଧୂଆଁରେ ରୋଗୀ ଓ କର୍ମଚାରୀମାନେ ଶ୍ୱାସରୁଦ୍ଧ ହୋଇ ପଡ଼ିଥିଲେ। ଏମ୍‌କେସିଜି ପରିସରରେ ଥିବା ଦମକଳ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆତ୍ତୟ କରିବା ପରେ ଏକ ବଡ଼ ଧରଣର ଅଘଟଣକୁ ଟାଳି ଦିଆଯାଇପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri