ନୟାଗଡ଼ ଟାଉନ ଷ୍ଟେଶନରେ ବ୍ୟାପକ ପୋଡ଼ାଜଳା: ଷ୍ଟେଶନ ମ୍ୟାନେଜର ଆହତ, ୨ ଅଟକ

ନୟାଗଡ଼ ଅଫିସ,୧୨।୪: ଟାଉନ ଷ୍ଟେଶନରେ ରବିବାର ରାତିରେ ବ୍ୟାପକ ପୋଡ଼ାଜଳା ଓ ଭଙ୍ଗାରୁଜା ହୋଇଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଷ୍ଟେଶନ ମ୍ୟାନେଜର ଏବଂ ଅନ୍ୟ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ଜଣେ ଅଟକ ଅଛନ୍ତି। ଗତକାଲି ରାତିରେ ୧୧ଜଣ ଦୁର୍ବୃତ୍ତ ଟାଉନ ଷ୍ଟେଶନ ନିକଟରେ ମଦ୍ୟପାନ କରି ଡିଜେ ବଜାଇ ହୋ-ହଲ୍ଲା କରିଥିଲେ। ଦୀର୍ଘ ସମୟ ଧରି ଏପରି ଚାଲିବା ପରେ ଷ୍ଟେଶନର ଦୁଇ କର୍ମଚାରୀ ଏହାକୁ ବିରୋଧ କରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଦୁର୍ବୃତ୍ତମାନେ ଦୁଇ କର୍ମଚାରୀଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଏହାଦେଖି ଷ୍ଟେଶନ ମ୍ୟାନେଜର ଘଟଣାସ୍ଥଳକୁ ଯାଇଥିଲେ। ଦୁର୍ବୃତ୍ତ ମାନେ ଏକ ଲୁହା ରଡ୍‌ରେ ତାଙ୍କ ମୁଣ୍ଡକୁ ମଧ୍ୟ ଆକ୍ରମଣ କରିଥିଲେ। ଏଥିରେ ଷ୍ଟେଶନ ମ୍ୟାନେଜର ଗୁରୁତର ହୋଇଛନ୍ତି। ପରେ ଦୁର୍ବୃତ୍ତମାନେ ଷ୍ଟେଶନ ଭିତରକୁ ଯାଇ ବ୍ୟାପକ ଭଙ୍ଗାରୁଜା କରିବା ସହ ପୋଡ଼ାଜଳା କରିଥିଲେ। ଷ୍ଟେଶନ ଭିତରର ବହୁ କାଗଜପତ୍ର ଏବଂ ଆସବାବପତ୍ର ପୋଡ଼ିଯାଇଥିବା ଦେଖିବାକୁ ମିଳିଛି। ଖବରପାଇ ଟାଉନ ଥାନା ପୋଲିସ ଏବଂ ଖୋର୍ଦ୍ଧା ରୋଡ୍‌ରୁ ଆର୍‌ପିଏଫ୍‌ ଅଧିକାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ନିଆଁ ଲଗାଇଥିବା ଜଣେ ଯୁବକ କାହ୍ନା ପ୍ରଧାନଙ୍କୁ ଷ୍ଟେଶନ କର୍ମଚାରୀମାନେ ଅଟକ ରଖି ପୋଲିସକୁ ହସ୍ତାନ୍ତର କରିଥିବାବେଳେ ଅନ୍ୟମାନେ ଫେରାର୍‌ ହୋଇଯାଇଛନ୍ତି। କରୋନା ପାଇଁ ଦୀର୍ଘଦିନ ହେଲା ନୟାଗଡ଼କୁ ରେଳ ଚଳାଚଳ ବନ୍ଦ ରହିଥିବାବେଳେ ଏହି ଅଞ୍ଚଳ ନିଶାଡ଼ିଙ୍କ ଆଡ୍ଡାସ୍ଥଳୀ ପାଲଟିଛି । ଏନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲେ ସୁଦ୍ଧା ପୋଲିସ କୌଣସି ପଦକ୍ଷେପ ନେଇ ନ ଥିଲା । ଦୀର୍ଘଦିନ ପରେ ୧୩ତାରିଖ ଠାରୁ ନୟାଗଡ଼କୁ ଟ୍ରେନ ଚାଲିବାକୁ କାର୍ଯ୍ୟକ୍ରମ ଥିବାବେଳେ ଗତ ରାତିର ଘଟଣା ଏହା ଉପରେ ପ୍ରଭାବ ପକାଇବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri