ପୁରୀ ରେଲଓ୍ବେ ଷ୍ଟେଶନରେ ଅଗ୍ନିକାଣ୍ଡ

ପୁରୀ ଅଫିସ,୧୨।୩: ପୁରୀରେ ଅଗ୍ନିକାଣ୍ଡ ଥମିବାର ନଁା ଧରୁନି। ଗତ ୩ଦିନ ମଧ୍ୟରେ ବଡ଼ଦାଣ୍ଡସ୍ଥିତ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଓ ନୀଳାଦ୍ରି କମ୍ପ୍ଲେକ୍ସରେ ନିଅଁା ଲାଗିଥିବାବେଳେ ଶନିବାର ପୁଣି ଏକ ଅଗ୍ନିକାଣ୍ଡ ଘଟିଛି। ତେବେ ଏଥର ଅଗ୍ନିକାଣ୍ଡ କୌଣସି ମାର୍କେଟ କମ୍ପ୍ଲେକ୍ସ ନୁହେଁ, ବରଂ ପୁରୀ ରେଲଓ୍ବେ ଷ୍ଟେଶନ ପରିସରରେ ଘଟିଛି। ଶନିବାର ସକାଳେ ରେଲଓ୍ବେ ଷ୍ଟେଶନ ଏକ ନମ୍ବର ପ୍ଲାଟଫର୍ମର ୧୦ନଂ. ଟ୍ରାକ ନିକଟରେ ନିଅଁା ଲାଗିଯାଇଛି। ରେଳ ଧାରଣା କଡ଼ରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯିବାରୁ ଏହି ଅଗ୍ନିକାଣ୍ଡ ହୋଇଛି। ଖବରପାଇ ଅଗ୍ନିଶମ ବାହିନୀ ତୁରନ୍ତ ସେଠାରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲା। ଅପରପକ୍ଷେ ନିଆଁ ଲାଗିଥିବା ସ୍ଥାନର ଅଳ୍ପ ଦୂରରେ ଏକ ରେଳ ଇଞ୍ଜିନ ମଧ୍ୟ ଥିଲା। ତେବେ ସେଥିରେ ନିଆଁ ଲାଗିବା ଆଶଙ୍କା ଥିବାରୁ ରେଳ କର୍ମଚାରୀମାନେ ଉକ୍ତ ଇଞ୍ଜିନକୁ ସ୍ଥାନାନ୍ତର କରିଥିଲେ। ତେବେ ଘଟଣା ସମ୍ପର୍କରେ ଡେପୁଟି ଫାୟାର ଅଫିସର ନାରାୟଣ ଦାସଙ୍କ କହିବା ଅନୁଯାୟୀ, ଶନିବାର ସକାଳ ପ୍ରାୟ ୯ଟା ବେଳେ ରେଲଓ୍ବେ ଷ୍ଟେଶନର ୧ନଂ. ପ୍ଲାଟଫର୍ମ ନିକଟରେ ନିଆଁ ଲାଗିଥିବା ନେଇ ରେଲଓ୍ବେ କର୍ମଚାରୀଙ୍କ ପକ୍ଷରୁ ସୂଚନା ଆସିଥିଲା। ଖବରପାଇ ଅଗ୍ନିଶମ କର୍ମଚାରୀମାନେ ସେଠାରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ତେବେ ଯେଉଁ ସ୍ଥାନରେ ନିଆଁ ଲାଗିଥିଲା, ସେ ସ୍ଥାନରେ ରେଳ ବିଭାଗର ଅଦରକାରୀ ଜିନିଷ ବା ଅଳିଆ ପକାଯାଇଥାଏ। ବର୍ତ୍ତମାନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। କୌଣସି ବ୍ୟକ୍ତି ବିଡି କିମ୍ବା ସିଗାରେଟ ଖାଇ ପକାଇବା ଫଳରେ ଅଳିଆରେ ନିଆଁ ଲାଗି ବ୍ୟାପିଥିବା ଅନୁମାନ କରାଯାଉଛି। ନିଆଁ ଲିଭାଇବା କାର୍ଯ୍ୟରେ ୧୫ଜଣ କର୍ମଚାରୀ ନିୟୋଜିତ ହୋଇଥିବା ବେଳେ ଦୁଇଟି ଦମକଳ ଗାଡ଼ି ଆସିଥିଲା। ଅଧଘଣ୍ଟାଏ ମଧ୍ୟରେ ନିଆଁକୁ ଆୟତ୍ତ କରାଯାଇଛି। ଅଗ୍ନିକାଣ୍ଡରେ କୌଣସି ଜୀବନହାନି କି କ୍ଷୟକ୍ଷତି ହୋଇ ନଥିବା ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri