ଶିମିଳିପାଳ ଅଭୟାରଣ୍ୟରେ ନିଆଁ

ବାରିପଦା ଅଫିସ,୨ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲାଗିଛି। ଏହା ମଧ୍ୟରେ ଥିବା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଓ ବନଖଣ୍ଡ ଅଞ୍ଚଳର ଶତାଧିକ ହେକ୍ଟର ଜଙ୍ଗଲ ଜଳିଯାଇଛି। ଅଭୟାରଣ୍ୟ ଚତୁଃପାର୍ଶ୍ୱରେ ନିଆଁ ଲାଗି ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବ୍ୟାପୁଛି। ଫଳରେ ବନ୍ୟଜନ୍ତୁ ଅସୁରକ୍ଷିତ ଭାବେ ଜନବସତିମୁହାଁ ହେଉଥିବା ବେଳେ ସ୍ଥାନୀୟ ଅଧିବାସୀ ମଧ୍ୟ ଭୟଭୀତ ହୋଇ ପଡ଼ିଛନ୍ତି। ନିଆଁ ଲିଭାଇବା ପାଇଁ ବନ ଓ ଅଗ୍ନିଶମ ବିଭାଗ ନାକେଦମ୍‌ ହୋଇ ପଡ଼ିଲେଣି। ଅଭୟାରଣ୍ୟର ୫ଟି ଡିଭିଜନ ଅଧୀନ ୨୧ଟି ରେଞ୍ଜ ମଧ୍ୟରୁ ଚନ୍ଦନଚତୁରୀ, ଡିଗ୍‌ଡିଗା, ଡୁକୁରା, ପୋଡ଼ାଡ଼ିହା, ଠାକୁରମୁଣ୍ଡା, ବରେହିପାଣି ଏବଂ ଅସ୍ତକୁଅଁାର ରେଞ୍ଜ ଅଞ୍ଚଳରେ ଥିବା ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗିଛି। ଅଭୟାରଣ୍ୟର ଦକ୍ଷିଣରେ ଥିବା ପୋଡ଼ାଡ଼ିହା ରେଞ୍ଜ ଅଧୀନ ଅନନ୍ତପୁର ଓ ବାଲିନଳା ଜଙ୍ଗଲ, ଉତ୍ତରରେ ଥିବା ଠାକୁରମୁଣ୍ଡା ରେଞ୍ଜ ମିଟୁଆଣି ଓ କେନ୍ଦୁମୁଣ୍ଡି, ପୂର୍ବରେ ଥିବା ଡୁକୁରା ରେଞ୍ଜ ଅଧୀନ ବହଳଦା ଏବଂ ପଶ୍ଚିମରେ ଥିବା ବାଙ୍ଗରିପୋଷୀ ରେଞ୍ଜ ଅନ୍ତର୍ଗତ ନେତ୍ରାପାଟ ଜଙ୍ଗଲରେ ନିଆଁ ଲାଗି ଶତାଧିକ ହେକ୍ଟର ଜଙ୍ଗଲ ପୋଡ଼ି ଧ୍ୱଂସ ହୋଇଛି। ପତ୍ରଝଡ଼ା ପରେ ଜଙ୍ଗଲର ଚାରିଆଡ଼େ ଶୁଖିଲା ପତ୍ର ପଡ଼ି ରହିଥିବାରୁ ଶିକାରୀମାନେ ଶିକାର କରିବା ଉଦ୍ଦେଶ୍ୟରେ ନିଆଁ ଲଗାଉଥିବା ଓ କେତେକ ଲୋକ ମହୁଲ ଫୁଲ ଗୋଟାଇବା ପାଇଁ ଏପରି ହୀନ ଉଦ୍ୟମ କରୁଥିବା ପୋଡ଼ାଡ଼ିହା ଗ୍ରାମର ଅମର ସିଂ କହିିଛନ୍ତି ା ପ୍ରତିବର୍ଷ ପତ୍ରଝଡ଼ା ସମୟରେ ଜଙ୍ଗଲରେ ନିଆଁ ଲାଗିବା ଦ୍ୱାରା ଛୋଟବଡ଼ ବୃକ୍ଷଲତା, ଗୁଳ୍ମ, ଔଷଧୀୟ ଫଳମୂଳ ପୋଡ଼ି ନଷ୍ଟ ହେଉଛି। ଜଙ୍ଗଲରେ ଥିବା ସରୀସୃପ ଓ ବନ୍ୟଜନ୍ତୁ ମୃତ୍ୟୁ ମୁଖରେ ପଡୁଛନ୍ତି। ଏହାକୁ ରୋକିବା ପାଇଁ ସଚେତନତାର ଆବଶ୍ୟକତା ରହିଛି ବୋଲି ଅବତୈନିକ ବନ୍ୟପ୍ରାଣୀ ସଂରକ୍ଷକ ଭାନୁମିତ୍ର ଆଚାର୍ଯ୍ୟ କହିଛନ୍ତି ା ନିଆଁ ନ ଲାଗିବା ପାଇଁ ବିଭାଗ ପକ୍ଷରୁ ଜଙ୍ଗଲରେ ଲାଇନିଂ କରାଯାଉଥିବା ନେଇ କାଗଜପତ୍ରରେ ଦର୍ଶାଯାଉଥିବା ବେଳେ ଏହା କେତେଦୂର କାର୍ଯ୍ୟକାରୀ ହୋଇଛି ତାହାକୁ ନେଇ ସ୍ଥାନୀୟ ଅଞ୍ଚଳର ରମେଶ ସିଂ, ବୁଧିଆ ହେମ୍ବ୍ରମ, ଚୈତନ୍ୟ ହାଁସଦା ପ୍ରମୁଖ ପ୍ରଶ୍ନ ଉଠାଇଛନ୍ତି। ସେହିପରି କିଛି ଲୋକ ଜଙ୍ଗଲରେ ନିଆଁ ଲଗାଇ ଜୀବଜନ୍ତୁ ଶିକାର ପାଇଁ ପ୍ରୟାସ କରୁଥିବା ଠାକୁରମୁଣ୍ଡା ଅଞ୍ଚଳର ସମରାୟ ସିଂ, ମାଧବ ହାଁସଦା ପ୍ରକାଶ କରିଛନ୍ତି। ଏ ସଂକ୍ରାନ୍ତରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପନିର୍ଦ୍ଦେଶକ ଯଜ୍ଞଦତ୍ତ ପତିଙ୍କୁ ପଚାରିବାରୁ ରେଞ୍ଜ ଅଧିକାରୀଙ୍କ ନେତୃତ୍ୱରେ ଆବଶ୍ୟକ କର୍ମଚାରୀ, ଅଗ୍ନି ନିରାପତ୍ତା ଯନ୍ତ୍ର ନେଇ ବନ ସୁରକ୍ଷା ସମିତି, ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ୱାର୍ଡ ସଭ୍ୟ ଓ ସ୍ଥାନୀୟ ଅଞ୍ଚଳବାସୀଙ୍କ ସହଯୋଗରେ ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବ୍ରହ୍ମପୁର ଏମ୍‌ପି

ଦିଗପହଣ୍ଡି,୩୧।୧୦(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ ଶନିବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବାତ୍ୟା ଅର୍ଣ୍ଣବର କରାଳ ରୂପରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଗ୍ରାମ…

ଜିଲାପାଳଙ୍କ ସହ ଆଲୋଚନା କଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଛତ୍ରପୁର, ୩୧ା୧୦(ଦିଲୀପ ସାମଲ): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ…

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ…

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ…

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧…

ବେଆଇନ ଗ୍ୟାସ୍‌ ମହଜୁଦ୍‌ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ

ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍‌ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର…

ଆଜମ ଖାନ୍‌ଙ୍କୁ ଗିରଫ କଲା ED: ଅଖିଳେଶ କହିଲେ…

ଲକ୍ଷ୍ନୌ,୩୧।୧୦: ଉତ୍ତର ପ୍ରଦେଶର ରାମପୁରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ୍‌ ଖାନଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ(ED) ଶନିବାର ଗିରଫ କରିଛି। ରାମପୁର…

ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍‌, ନିରାଶ ହେଲେ ଅଞ୍ଚଳବାସୀ

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?