ଗୋଦାମରେ ଲାଗିଲା ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୧୩ା୪(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁରର ବଡ଼ବଜାର ଥାନା ବାଛୁବାରୀ ସାହିରେ ରବିବାର ଭୋର୍‌ରୁ ଏକ ପନିପରିବା ଟ୍ରେ’ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଖବର ମିଳିବା ପରେ ବ୍ରହ୍ମପୁର ଅଗ୍ନିଶମ ବିଭାଗ ପକ୍ଷରୁ ଯାଇ ନିଆଁକୁ ଆୟତ୍ତ କରାଯାଇଛି। ଏ ସଂକ୍ରାନ୍ତରେ ସହକାରୀ ଅଗ୍ନିଶମ ଅଧିକାରୀ ଠାକୁର ପ୍ରସାଦ ଦଳାଇ କୁହନ୍ତି ଯେ, ଉକ୍ତ ସାହିରେ ସୁଦର୍ଶନ ସାହୁଙ୍କ ଟ୍ରେ’ ଗୋଦାମ ରହିଛି। ନିଆଁ ଲାଗିବା ଜାଣିବା ପରେ ୨ଟି ଗାଡ଼ି ଘଟଣାସ୍ଥଳକୁ ପଠାଇ ନିଆଁକୁ ଆୟତ୍ତ କରାଯାଇଛି। ଅନ୍ୟପଟେ ଗୋଦାମ ମାଲିକ ସୁଦର୍ଶନ ସାହୁ କହିଛନ୍ତି ଯେ, ୧୦ ଲକ୍ଷ ଟଙ୍କାର ସାମଗ୍ରୀ ଓ ଘରକରଣା ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ସବୁଠୁ ବଡ଼ କଥା ହେଲା ଦେଶୀବେହେରା ସାହି ପଛରେ ଉକ୍ତ ସାହି ରହିଛି। ଯାତ୍ରା ଚାଲିଛି। ଭୋର୍‌ ହୋଇଥିବାରୁ ବଡ଼ ଅଘଟଣରୁ ସମସ୍ତେ ବର୍ତ୍ତିଯାଇଥିଲେ। ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହାର ତଦନ୍ତ ଜାରି ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri