ଗଞ୍ଜାମ ସିମା ଗାଜଲବାଡି ଘାଟିରେ ଲାଗିଲା ନିଆଁ, ବନବିଭାଗ ନାକେଦମ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲା ସୋରଡ଼ା ବନାଞ୍ଚଳ ଗାଜଲବାଡି ଘାଟିରେ ନିଆଁ ଲାଗି ଜଙ୍ଗଲ ପୋଡି ନଷ୍ଟ ହୋଇଛି । ବନବିଭାଗ ଗାଜଲବାଡି ସେକ୍ସନର କର୍ମଚାରୀମାନେ ଅକ୍ଲାନ୍ତ ପରିଶ୍ରମ କରି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି ।

ପ୍ରକାଶ ଯେ, ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସୋରଡ଼ା, ଗାଜଲବାଡି ଘାଟି ଦେଇ ଦାରିଙ୍ଗବାଡି, ବାଲିଗୁଡା, ଭବାନୀପାଟଣା ଆଦି ଅଞ୍ଚଳକୁ ଦୈନିକ ଛୋଟ ବଡ଼ ଗାଡି ଯାତାୟାତ କରୁଛନ୍ତି । ଦୈନିକ ଦାରିଙ୍ଗବାଡିକୁ ମଧ୍ୟ ପର୍ଯ୍ୟଟକ ଉକ୍ତ ଘାଟି ରାସ୍ତା ଦେଇ ଯାତାୟତ କରୁଛନ୍ତି। ଘାଟିର ଲମ୍ବା ପ୍ରାୟ ୧୫ କିମି ହୋଇଥିବାବେଳେ ଘଞ୍ଚ ଜଙ୍ଗଲ ରହିଛି । ସେହି ଜଙ୍ଗଲରେ ପ୍ରାଣୀସମ୍ପଦ ରହିଥିବା ବେଳେ ଜଙ୍ଗଲାହାତୀଙ୍କ ଚଳ ପ୍ରଚଳ ମଧ୍ୟ ରହିଥିବା ନଜିର ରହିଛି । ତେବେ କିଛି ଦୃର୍ବୁତ୍ତ ଜଙ୍ଗଲକୁ ମନ୍ଦ ଉଦ୍ଦେଶ୍ୟରେ ନିଆଁ ଲଗାଇଦେଇଥାଇପାରନ୍ତି ବୋଲି ବନବିଭାଗ ଆଶଙ୍କା କରିଛି। ଦୈନିକ ପାଟ୍ରୋଲିଂ କରାଯାଉଥିଲେ ମଧ୍ୟ ବଡ଼ ଜଙ୍ଗଲ ହୋଇଥିବାରୁ ବନ କର୍ମଚାରୀଙ୍କ ସଂଖ୍ୟା ଆବଶ୍ୟକତା ଠାରୁ କମ କର୍ମଚାରୀ ରହିଥିବାରୁ ସମ୍ପୂର୍ଣ୍ଣ ଜଙ୍ଗଲକୁ ପାଟ୍ରୋଲିଂ କରିବାରେ ବନ ବିଭାଗ ବିଫଳ ବୋଲି କୁହାଯାଉଛି । ସେପଟେ ରାଜପଥ କଡ଼ରେ ଥିବା ଜଙ୍ଗଲରେ ନିଆଁ ଲାଗିଥିବାରୁ ରାଜପଥ ଉପରେ ଯାତାୟାତ କରୁଥିବା ଯାତ୍ରୀମାନେ ଭୟଭୀତ ହେଉଛନ୍ତି । ସେପଟେ ଜଙ୍ଗଲରେ ନିଆଁ ଲାଗିଥିବାରୁ ଘାଟିରେ ଗରମ ବୃଦ୍ଧି ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?