ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରିନଥିବା ବେଳେ ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି । ତେବେ ସୌଭାଗ୍ୟବଶତଃ କୌଣସି ବ୍ୟକ୍ତିଙ୍କର କିଛି କ୍ଷତି ହୋଇନାହିଁ ।

ଖବର ଅନୁସାରେ, LIC ଅଫିସରୁ ସକାଳେ ନିଆଁ ଏବଂ ଧୂଆଁ ବାହାରୁଥିବା ଦେଖି ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଥିଲେ ହେଁ ଖବର ଲେଖାଯିବା ସୁଦ୍ଧା ନିଆଁ ସମ୍ପୁର୍ଣ୍ଣ ହୋଇନଥିଲା । ତେବେ ଅଗ୍ନିକାଣ୍ଡ ଫଳରେ LIC ଅଫିସ୍‌ରେ ଥିବା ଅନେକ ଗୁରୁତ୍ବପୂର୍ଣ୍ଣ କାଗଜ ଜଳିଯାଇଥିବା ଜଣାପଡ଼ିଛି । ତେବେ ବଡ଼ ଧରଣର ଅଗ୍ନିକାଣ୍ଡ କିପରି ହେଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍‌ଷ୍ଟାଣ୍ଡ ପାଇଁ…

ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri