ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନାରେ। ସ୍ଥାନୀୟ ଶିବ ମନ୍ଦିର ନିକଟରେ ଥିବା ପମ୍ପ ହାଉସ୍‌ରେ ବୁଧବାର ଭୋର ସମୟରୁ ମୋହନା ସହରର ବିଭିନ୍ନ ସାହିକୁ ଜଳ ଯୋଗାଣ ଚାଲିଥିଲା। ଯେଉଁ ପମ୍ପ୍‌ରେ ଜଳ ଯୋଗାଣ ଚାଲିଥିଲା ଦିନ ୧୦ ଘଣ୍ଟା ସମୟରେ ହଠାତ୍‌ ତାରଗୁଡିକରୁ ନିଆଁ ବାହାରି ମିଟର ସଟ୍‌ସର୍କିଟ ହୋଇ ସମ୍ପୂର୍ଣ୍ଣ ଜଳି ଯାଇଥିଲା। ସେଠାରେ ଥିବା ଅପରେଟର ପିତର ବିର ଅଳ୍ପକେ ବର୍ତ୍ତି ଯାଇଥିଲେ। ଜଳ ଯୋଗାଣର କର୍ମଚାରୀ ଜୟନ୍ତ ନାୟକ ସଙ୍ଗେ ସଙ୍ଗେ ବିଦ୍ୟୁତ୍‌ ବିଭାଗକୁ ଖବର ଦେଇ ବିଦ୍ୟୁତ୍‌ କାଟ କରିଥିଲେ ହେଲେ ବିଦ୍ୟୁତ୍‌କାଟ ପୂର୍ବରୁ ଭିତରେ ଅଧିକାଂଶ ମେଶିନ ଜଳି ପୋଡ଼ି ପାଉଁଶ ହୋଇଯାଇଥିଲା। ଏହି ମିଟର ଜଳିବା ଫଳରେ ମୋହନା ସହରରେ ପାନୀୟ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏହି ପମ୍ପ୍‌ହାଉସରେ ଥିବା ମେଶିନ ଓ ମିଟରକୁ ତୁରନ୍ତ ମରାମତି କରି ସହରରେ ପାନୀୟ ଜଳ ଯୋଗାଇବା ପାଇଁ ଦାବି ହେଉଛି। ସବୁଠୁ ବଡ଼ କଥା ହେଉଛି ସେହି ପମ୍ପ୍‌ହାଉସ ରେ ପ୍ରଶାସନ ପକ୍ଷରୁ କୌଣସି ଅଗ୍ନି ନିରାପତ୍ତାର ବ୍ୟବସ୍ଥା ଆଜି ପର୍ଯ୍ୟନ୍ତ କରାଯାଇନାହିଁ। ଏସମ୍ପର୍କରେ ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀଙ୍କୁ ଯୋଗାଯୋଗ କରାଯିବାରୁ ଅତିଶୀଘ୍ର ମରାମତି କରାଯାଇ ଜଳ ଯୋଗାଣ କରାଯିବ ଓ ତଦନ୍ତ ଚାଲୁରହିଥିବା କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଭଡ଼ାଘରେ ଝୁଲିପଡ଼ିଲେ ବିଟେକ୍‌ ଛାତ୍ର

ଗୁଣପୁର,୨୪।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବରୁଣ ନଗର ଲେନ – ୧ ରେ ଭଡା ଘରେ ଥିବା ଜଣେ ବିଟେକ ଛାତ୍ରଙ୍କ ଝୁଲନ୍ତା ମୃତଦେହ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri