ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ ନିଆଁ ଲାଗି ଅନ୍ୟ ଦୋକାନକୁ ବ୍ୟାପିଥିଲା। ତେବେ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳକୁ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଚଷମା ଦୋକାନ ଛାରଖାର ହୋଇ ଯାଇଥିବାବେଳେ ପାଖ ଦୋକାନ ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ଶଟ୍ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

Dharitri – Odisha’s No.1 Odia Daily