ଲୋକସେବା ଭବନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୮।୨: ଲୋକସେବା ଭବନରେ ମଙ୍ଗଳବାର ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ୪ ଟା ୩୮ ମିନିଟରେ ସମବାୟ ବିଭାଗ ଉପରସ୍ଥ ପରିସରରେ ଅଗ୍ନିକାଣ୍ଡ ଘଟି ବହୁ ଗୁରୁତ୍ୱପୂର୍ଣ୍ଣ ଯନ୍ତ୍ରାଂଶ ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀର ୨ଟି ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ବିଦ୍ୟୁତ୍‌ ଶଟ୍‌ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଥିଲେ ହେଁ ପ୍ରକୃତ କାରଣ ଜଣାପଡିନାହିଁ। ତେବେ ଅପରାହ୍ନରେ ଏହି ଘଟଣା ପରେ ବିଭାଗ ଓ ଏହାର ଆଖପାଖ ବିଭାଗରେ କର୍ମଚାରୀମାନେ ଇତସ୍ତତଃ ହୋଇ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ପରେ ଅଗ୍ନିଶମ ବାହିନୀ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ କରିବାରୁ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀମାନେ ଏଣେତେଣେ ବୁଲୁଥିବା ଦେଖାଯାଇଛି।
ସୂଚନା ଯୋଗ୍ୟ, ପ୍ରତିବର୍ଷ ସଚିବାଳୟରେ ଏହିଭଳି ଅଗ୍ନିକାଣ୍ଡ ଘଟୁଛି। ପୂର୍ବରୁ ରାଜସ୍ବ ବିଭାଗରେ ଏଭଳି ଏକ ଅଘଟଣ ଘଟି ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡି ପାଉଁଶ ହୋଇଯାଇଥିଲା। ୨୦୨୩ ଅକ୍ଟୋବର ୩ ତାରିଖ ସକାଳେ ହଠାତ ରାଜସ୍ବ ବିଭାଗର ରାଜସ୍ବମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଏବଂ ଏହାର ପାଖ କାର୍ଯ୍ୟାଳୟରେ ନିଆଁ ଲାଗି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri