ହଠାତ୍‌ ବିଦ୍ୟାଳୟ ପରିସରରେ ଲାଗିଲା ନିଆଁ: ୪ ଛାତ୍ର ଗୁରୁତର

ବିଷମକଟକ,୫।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକରୁ ଏକ ଅତ୍ୟନ୍ତ ଦୁଃଖଦ ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ପାଇକଡାକୁଲୁଗୁଡା ସ୍ଥିତ ପ୍ରାଇମେରୀ ବିଦ୍ୟାଳୟରେ ହଠାତ୍‌ ଅଗ୍ନିକାଣ୍ଡ ଘଟିବାରୁ ୪ ଜଣ ଛାତ୍ର ନିଆଁରେ ପଡ଼ି ଗୁରୁତର ଭାବେ ଆହତ ହୋଇଛନ୍ତି। ଘଟଣା ସମୟରେ ବିଦ୍ୟାଳୟ ପରିସରରେ ଅନେକ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ହଠାତ୍‌ ନିଆଁ ଲାଗିବା ସହିତ ସମଗ୍ର ପରିସରରେ ଆତଙ୍କ ଓ ଭୟର ପରିବେଶ ସୃଷ୍ଟି ହୋଇଯାଇଛି। କିଛି ସମୟ ପାଇଁ ବିଦ୍ୟାଳୟରେ ଅସ୍ଥିରତା ଦେଖାଦେଇଥିଲା। ଘଟଣା ପରେ ଶିକ୍ଷକମାନେ ଓ ସ୍ଥାନୀୟ ଲୋକେ ସାହସ ଓ ସତର୍କତା ସହ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ନିଆଁକୁ ନିୟନ୍ତ୍ରଣ କରି ଆହତ ଛାତ୍ରମାନଙ୍କୁ ସୁରକ୍ଷିତ ଭାବେ ବାହାର କରାଯାଇଥିଲା।
ଆହତ ଛାତ୍ରମାନଙ୍କୁ ପ୍ରଥମେ ବିଷମକଟକ ପ୍ରାଥମିକ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଉଚ୍ଚତର ଚିକିତ୍ସା ପାଇଁ ସ୍ଥାନୀୟ କ୍ରୀଷ୍ଟିଆନ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଏହି ଘଟଣା ପରେ ବିଦ୍ୟାଳୟ ପରିସରରେ ଭୟ ଓ ଉତ୍ତେଜନାର ପରିବେଶ ଦେଖାଦେଇଛି। ଅଭିଭାବକମାନେ ବିଦ୍ୟାଳୟର ଅଗ୍ନି-ନିରାପତ୍ତା ବ୍ୟବସ୍ଥା ଓ ସୁରକ୍ଷା ଅବହେଳାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଏହି ସମ୍ପର୍କରେ ଆମେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଚନ୍ଦନ ପୁଲାକାଙ୍କୁ ଯୋଗାଯୋଗ କରିବାରୁ ସେ ବ୍ୟସ୍ତରେ ରହିଛନ୍ତି ବର୍ତ୍ତମାନ କିଛି ସୂଚନା ଦେଇପାରିବେ ନାହିଁ ବୋଲି କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଲଡ଼ା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ପ୍ରସଙ୍ଗ ଅନାସ୍ଥା ବୈଠକ କରିବାକୁ ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୨୭ା୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ବାଲଡ଼ା ପଞ୍ଚାୟତ ସରପଞ୍ଚ ବିକ୍ରମ ସୀସାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ବୈଠକ ଶୀଘ୍ର କରିବାକୁ…

ବାବୁଲ ସୁପ୍ରିୟୋ, ପୂର୍ବ DGP ରାଜୀବ କୁମାର…ରାଜ୍ୟ ସଭା ପାଇଁ ଏହି ୪ ପ୍ରାର୍ଥୀଙ୍କ ଉପରେ ଭରସା କଲେ ମମତା

କୋଲକାତା,୨୭।୨: ପଶ୍ଚିମବଙ୍ଗର ୫ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ତୃଣମୂଳ କଂଗ୍ରେସ ନିଜର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଏଥର ପ୍ରଶାସନିକ ଅଭିଜ୍ଞତା, ଆଇନଗତ…

କର୍ଣ୍ଣାଟକରେ ପ୍ରେମୀଯୁଗଳଙ୍କ ମୃତ୍ୟୁ: ମୃତଦେହ ଗାଁକୁ ଆଣିବା ପାଇଁ ପୋଲିସ, ପ୍ରଶାସନ ନିକଟରେ ନିବେଦନ

ଗୁଣପୁର, ୨୭।୨ (ସଂକେତ ପାତ୍ର ): ପ୍ରଥମେ ଭଲ ପାଇଲେ, ପରେ ବାହା ହେଲେ। ବାହାଘର ପରେ କାମ ଅନ୍ବେଷଣରେ କର୍ଣ୍ଣାଟକ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ…

ପୌର ପରିଷଦରେ ବ୍ୟାପକ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଦାବିପତ୍ର

ଗୁଣପୁର, ୨୭।୨ (ସଂକତେ ପାତ୍ର/ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଜେଡି ପକ୍ଷରୁ ଶୁକ୍ରବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l…

ମଲା କୁକୁଡ଼ା ମାଂସ ଖାଇ ୪ ମହିଳା ଗୁରୁତର

କଲ୍ୟାଣସିଂହପୁର, ୨୭।୨ (ଦୀପକ କୁମାର ପରିଡା ): ମଲା କୁକୁଡ଼ା ମାଂସ ଖାଇ ଗୋଟିଏ ପରିବାରର ୪ ଜଣ ମହିଳା ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…

ଟିମ୍‌ ଇଣ୍ଡିଆକୁ ଫେରିବେ ରିଙ୍କୁ ସିଂ, ପିତାଙ୍କୁ ହରାଇଥିବା ସତ୍ତ୍ୱେ ଦେଶ ପାଇଁ ନେଲେ ବଡ଼ ନିଷ୍ପତ୍ତି 

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ଯୁବ ତାରକା ରିଙ୍କୁ ସିଂ ବର୍ତ୍ତମାନ ନିଜ ଜୀବନର ସବୁଠାରୁ କଷ୍ଟକର ସମୟ ଦେଇ ଗତି କରୁଛନ୍ତି। ଟି-୨୦ ବିଶ୍ୱକପ ୨୦୨୬ ଅଭିଯାନ…

ବରଗଡ଼ରେ ଲଜ୍ଜା: ୧୨ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର, ଜଣେ ବ୍ୟକ୍ତିଙ୍କୁ ଅଟକ ରଖି…

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସଦର ଥାନା ଅଞ୍ଚଳରେ ଜଣେ ନାବାଳିକା(୧୨)ଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ବରଗଡ଼ ସଦର ଥାନାରେ ପୀଡିତାଙ୍କ ପରିବାର…

IPL ୨୦୨୬: ୩୦ ଦିନ ପୂର୍ବରୁ ବଦଳିଲା କାର୍ଯ୍ୟସୂଚୀ, ଏବେ ଏହି ତାରିଖରୁ ଆରମ୍ଭ ହେବ ୧୯ତମ ସିଜନ୍‌

ନୂଆଦିଲ୍ଲୀ,୨୭।୨: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୬ର ଉତ୍ସାହ ମଧ୍ୟରେ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିଶ୍ୱକପ୍‌ ଶେଷ ହେବାର ମାତ୍ର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri