ଦୋକାନରେ ଲାଗିଲା ନିଆଁ: ଜୀଅନ୍ତା ଜଳିଗଲେ ସ୍ତ୍ରୀସ୍ବାମୀ

ନୂଆପଡ଼ା/ଖଡ଼ିଆଳ,୨୬ା୮ (ମକାରୁ ବେମାଲ/ସୁଜିତ କୁମାର ପ୍ରଧାନ):ନୂଆପଡ଼ା ଜିଲା ଖଡ଼ିଆଳ ଥାନା ତୁକଲା ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଦୋକାନରେ ନିଆଁ ଲାଗି ଏକ ଦମ୍ପତି ଜଳିଯାଇ ପ୍ରାଣ ହରାଇଛନ୍ତି। ସେମାନେ ହେଲେ ବ୍ରାହ୍ମଣପଡ଼ାର ରାଜେଶ ପଟେଲ(୩୦) ଓ ତାଙ୍କ ସ୍ତ୍ରୀ ରିମା ପଟେଲ(୨୪)। ରାତି ପ୍ରାୟ ୮ଟାରେ ରାଜେଶ ଓ ରିମା ନିଜ ଦୋକାନରେ ଥିବାବେଳେ ହଠାତ୍‌ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ନିଆଁରେ ପୋଡ଼ିଯାଇ ଦମ୍ପତି ଗୁରୁତର ହୋଇପଡ଼ିଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଖଡ଼ିଆଳ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ଖଡ଼ିଆଳ ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା…

ଏହି ଦେଶକୁ ଆମେରିକାର ୫୧ତମ ରାଜ୍ୟ ଦର୍ଶାଇଲେ ଟ୍ରମ୍ପ୍‌: ସାରା ବିଶ୍ୱରେ ହଲଚଲ

ୱାଶିଂଟନ, ୧୪ା୫:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଏକ ବିବାଦୀୟ ବୟାନ ଓ ସୋସିଆଲ ମିଡିଆ ପୋଷ୍ଟକରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ଚାଇନା ଗସ୍ତରେ ଥିବା ସମୟରେ…

ସ୍କଟ୍‌ଲାଣ୍ଡରେ ୫,୦୦୦ ବର୍ଷର କୃତ୍ରିମ ଦ୍ୱୀପ ଆବିଷ୍କୃତ

ଏଡିନବର୍ଗ, ୧୪ା୫:ସ୍କଟ୍‌ଲାଣ୍ଡରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ରହସ୍ୟମୟ କୃତ୍ରିମ ଦ୍ୱୀପର ସନ୍ଧାନ ପାଇଛନ୍ତି, ଯାହା ୫,୦୦୦ ବର୍ଷରୁ ଅଧିକ ପୁରୁଣା ବୋଲି ଅନୁମାନ କରାଯାଉଛି। ଏହି ଆବିଷ୍କାର ପ୍ରାଗୈତିହାସିକ…

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଧରିତ୍ରୀ ପ୍ରଭାବ: ପହଞ୍ଚିଲେ ଟେକ୍ନିକାଲ ଟିମ୍, ଆରମ୍ଭ ହେଲା ପାନୀୟଜଳ ପ୍ରକଳ୍ପ ମରାମତି

ଭେଡେନ,୧୩।୫(ହୃଷିକେଶ ଖମାରୀ)-ବରଗଡ଼ ଜିଲା ଭେଡେନ ବ୍ଲକ ଦେଶ ଭଟଲି ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମ ରାସ୍ତା ଉପରେ ଠିକାଦାର କଲର୍ଭଟ ନିର୍ମାଣ ଆରମ୍ଭ କରିବା ସମୟରେ ଜେସିବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri