ଶୋ’ ରୁମ୍‌ରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଗାଡ଼ି

ବାରିପଦା,୧୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ଦାରୋଗାଡ଼ାହି ଛକ ନିକଟରେ ଥିବା କାଇନେଟିକ୍‌ ଶୋ’ ରୁମ୍‌ରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଗାଡ଼ି ପୋଡ଼ି ଯାଇଛି। ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଥିବାରୁ ନିଆଁକୁ ଆୟତ୍ତ କରିବାରେ ବିଳମ୍ବ ହୋଇଥିଲା। ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ବିଦ୍ୟୁତ୍‌ ଶର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ନେଇ ଅନୁମାନ କରାଯାଇଛି।

Dharitri – Odisha’s No.1 Odia Daily

Share