ଓ୍ବାଶିଂ ମେଶିନରେ ନିଆଁ ଲାଗି ୨ ମହଲାକୁ ବ୍ୟାପିଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ବଜାରରେ ଏକ ୩ ମହଲା କୋଠାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟ ହୋଇଥିବା ଜଣାପଡ଼ିଛି। ନିଆଁକୁ ସ୍ଥାନୀୟ ବାସିନ୍ଦା ଆୟତ୍ତ କରିବାକୁ ପ୍ରୟାସ କରିଥିଲେ ସୁଦ୍ଧା ବିପଦ ପରିସ୍ଥିତି ଓ ଧୂଆଁମୟ ଯୋଗୁଁ ଆୟତ୍ତ ହୋଇପାରି ନ ଥିଲା। ପରେ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗକୁ ସୂଚନା ପ୍ରଦାନ କରାଯାଇଥିଲା। ଖବର ପାଇ ଅଗ୍ନିଶମ ଅଧିକାରୀ ଧବଳେଶ୍ୱର ପ୍ରଧାନଙ୍କ ନେତୃତ୍ୱରେ ସୁନୀଲ କୁମାର ସାମର୍ଥ, ବୃନ୍ଦାବନ ମାନସିଂ, ସାଜନ କୁମାର ବେହେରା, ଚିନ୍ମୟ ପରିଡ଼ା, ପ୍ରିୟବ୍ରତ ସେନାପତି,ଏକାନ୍ତ ଶବର ପ୍ରମୁଖ ପହଞ୍ଚି ପ୍ରାୟ ୧ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ନିଆଁ ଓ ଧୂଆଁକୁ ଆୟତ୍ତ କରାଯାଇଥିଲା। ଅଗ୍ନିଶମ ଅଧିକାରୀ ଧବଳେଶ୍ୱର ପ୍ରଧାନ ନିଜେ ଦିତୀୟ ମହଲାରେ ତାଙ୍କ ଅଗ୍ନିବୀରଙ୍କ ସହ ଭିତରେ ପ୍ରବେଶ କରି ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ।

ପ୍ରକାଶ ଯେ ସିମନବାଡ଼ିଠାରୁ ରାଇକିଆ ଯିବା ରାସ୍ତାର ବଜାର ଉପରେ ଜିତେନ୍ଦ୍ର ସାହୁଙ୍କ ୩ ମହଲା କୋଠା ରହିଛି ତଳ କୋଠାରେ ଲୁଗା ଦୋକାନ ରହିଥିବା ବେଳେ ଦ୍ୱିତୀୟ ମହଲାରେ ରୋଷ ଶାଳ, ଗାଧୁଆ ଘର, ବେଡ଼ ରୁମ ଆଦି ରହିଛି। ତୃତୀୟ ମହଲା ଶିଡ଼ି ଘର ଓ ଗୋଦାମ ଭାବେ ବ୍ୟବହାର ହେଉଛି। ଏହି ନିଆଁ ଦ୍ୱିତୀୟ ମହଲାରେ ଏକ ଓ୍ବାଶିଂ ମେଶିନରୁ ବାହାରିଥିବା ଅନୁମାନ କରାଯାଇଛି। ଓ୍ବାଶିଂ ମେଶିନଟି ସମ୍ପୂର୍ଣ୍ଣ ପୋଡି ଯାଇଥିବାରୁ ସେଥିରୁ ହିଁ ନିଆଁ ବାହାରିଥିବା ଆଶଙ୍କା କରାଯାଇଛି। ପ୍ରଥମେ ତଳ ମହଲା ଲୁଗା ଦୋକାନରେ ବ୍ୟବସାୟ କରୁଥିବା ବେଳେ ଜିତେନ୍ଦ୍ରଙ୍କ ସ୍ତ୍ରୀ ଏବଂ କର୍ମଚାରୀ ଦେଖିଥିଲେ। ପାଟି କରିବା ପରେ ସ୍ଥାନୀୟ ଲୋକେ ରୁଣ୍ଡ ହୋଇ ନିଆଁକୁ ଲିଭାଇବାକୁ ଉଦ୍ୟମ କରିଥିଲେ। ପରେ ଅଗ୍ନିଶମ ବିଭାଗ ପହଞ୍ଚିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri