ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ ଦୁଇ ଉଠା ଦୋକାନର ସାମଗ୍ରୀ ପୋଡ଼ିଯାଇଛି। ଆଜି ସକାଳୁ ଦୋକାନରେ ନିଆଁ ଜଳୁଥିବା ଦେଖି ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ ନିଆଁକୁ ଆୟତ୍ତ କରିବା ପରେ ପାଖରେ ଥିବା ଅନ୍ୟ ଦୋକାନଗୁଡ଼ିକ ନିଆଁ ଦାଉରୁ ରକ୍ଷା ପାଇଯାଇଥିଲା। କୌଣସି ଦୁର୍ବୃତ୍ତ ନିଆଁ ଲଗାଇଥିବା ସ୍ଥାନୀୟ ଲୋକେ ଅନୁମାନ କରୁଛନ୍ତି।

