ଭଞ୍ଜନଗର ଥାନା ସମ୍ମୁଖରେ ବିଦ୍ୟୁତ୍ ଖୁଣ୍ଟରେ ନିଆଁ: ସଟ୍ ସର୍କିଟ୍ ଯୋଗୁଁ ହୁ ହୁ ହୋଇ ଜଳିଲା ତାର, ଭୟଭୀତ ହେଲେ…

ଭଞ୍ଜନଗର, ୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଗୁରୁବାର ସନ୍ଧ୍ୟାରେ ହଠାତ୍ ନିଆଁ ଲାଗିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ସଟ୍ ସର୍କିଟ୍ ଯୋଗୁ ଖୁଣ୍ଟରେ ଓହଳି ରହିଥିବା ବିଦ୍ୟୁତ୍ ତାରଗୁଡ଼ିକ ହୁ ହୁ ହୋଇ ଜଳିବା ଦେଖି ସେଠାରେ ଉପସ୍ଥିତ ଥିବା ସାଧାରଣ ଲୋକେ ଓ ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ।

ଘଟଣା ସମ୍ପର୍କରେ ଖବର ପାଇବା ପରେ ଟାଟା ପାୱାର କର୍ମଚାରୀମାନେ ତତକ୍ଷଣାତ୍ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ସଂଶ୍ଳିଷ୍ଟ ଅଞ୍ଚଳରେ ପାୱାର୍ କଟ୍ କରିବା ସହିତ ନିଆଁକୁ ଆୟତ୍ତ କରି ବିଦ୍ୟୁତ୍ ସେବାକୁ ସଜାଡ଼ିବା ପାଇଁ ଜୋରଦାର ପ୍ରୟାସ ଚଳାଇଛନ୍ତି।

ପ୍ରକାଶଥାଉ କି, ସହରର ଅଧିକାଂଶ ବିଦ୍ୟୁତ୍ ଖୁଣ୍ଟରେ ବିଭିନ୍ନ କେବୁଲ୍ ଓ ଇଣ୍ଟରନେଟ୍ କମ୍ପାନୀର ତାରଗୁଡ଼ିକୁ ମନଇଚ୍ଛା ଝୁଲାଇ ରଖାଯାଇଛି। ଏହାସହ ଉପଭୋକ୍ତାଙ୍କ ଘରକୁ ଯାଇଥିବା ତାରଗୁଡ଼ିକ ମଧ୍ୟ ଜାଲି ବୁଦା ଭଳି ଅସଜଡ଼ା ଅବସ୍ଥାରେ ରହୁଛି। ଏହିପରି ବିପଦପୂର୍ଣ୍ଣ ପରିସ୍ଥିତି ଯୋଗୁ ଆଜି ଥାନା ସାମ୍ନାରେ ଥିବା ଖୁଣ୍ଟରେ ଏଭଳି ଅଘଟଣ ଘଟିଥିବା ବେଳେ, ଭବିଷ୍ୟତରେ ଏପରି ବଡ଼ଧରଣର ଦୁର୍ଘଟଣା ଏଡ଼ାଇବା ପାଇଁ ଟାଟା ପାୱାର କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ଆବଶ୍ୟକ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଗଞ୍ଜାମରେ ଜୋନାଲ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ଅଂଶଗ୍ରହଣ କରିବେ ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର

ଗଞ୍ଜାମ,୭।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଆରମ୍ଭ ହେବ ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତା । ଏଥିରେ ବ୍ଲକର ଚାରୋଟି…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri