ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ ନିଖୋଜ ଥିବାର ସୂଚନା ମିଳିଛି। ନିଆଁ ଲାଗିବା ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି ।

ଇଣ୍ଡୋନେସିଆର ଉଦ୍ଧାରକାରୀ ଟିମର ସୂଚନା ଅନୁସାରେ, ନିଆଁ ଲାଗିବା ସମୟରେ ଜାହାଜରେ ମୋଟ ୨୭୧ ଜଣ ଯାତ୍ରୀ ଏବଂ କ୍ରୁ ମେମ୍ବର ରହିଥିଲେ। ରବିବାର ଦ୍ୱିପ୍ରହର ସୁଦ୍ଧା ଅତିକମରେ ୨୨୫ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଏହାସହ ନିଖୋଜ ଥିବା ବ୍ୟକ୍ତିମାନଙ୍କୁ ଖୋଜିବା ପାଇଁ ଜୋରଦାର ପ୍ରୟାସ ଜାରି ରହିଛି ।

ସୂଚନା ଅନୁସାରେ, ଏହି ଜାହାଜଟି ପୂର୍ବ ଜାଭା ପ୍ରାନ୍ତର ସୁରାବାୟାରୁ ଦକ୍ଷିଣ ସୁଲାବେସିର ମକାସର ଅଭିମୁଖେ ଯାଉଥିଲା। ସେହି ସମୟରେ ଜାଭାର ଉତ୍ତର-ପୂର୍ବ ତଟ ନିକଟସ୍ଥ ମଦୁରା ଦ୍ୱୀପ ପାଖରେ ଏଥିରେ ହଠାତ୍ ନିଆଁ ଲାଗିଯାଇଥିଲା। ଉଦ୍ଧାର କାର୍ଯ୍ୟ ପାଇଁ ଅନେକ ଜାହାଜ ମୁତୟନ କରାଯାଇଛି। ଅଧିକାରୀମାନେ ଆଖପାଖ ଜଳଭାଗରେ ରେସ୍କ୍ୟୁ ଅପରେଶନ ଆରମ୍ଭ କରିଛନ୍ତି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

ଏହି ଘଟଣାଟି ଇଣ୍ଡୋନେସିଆରେ ଗତବର୍ଷ ଏକ ଅନ୍ୟ ଜାହାଜରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡର ସ୍ମୃତିକୁ ସତେଜ କରିଛି। ୨୦୨୫ ଜୁଲାଇ ମାସରେ ଉତ୍ତର ସୁଲାବେସି ପ୍ରାନ୍ତ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ନିଆଁ ଲାଗିଯାଇଥିଲା। ସେଥିରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୫୦ ଜଣଙ୍କୁ ଉଦ୍ଧାର କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?