ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ ଯୋଗୁ ଗ୍ରାମର ରଘୁନାଥ ମହାନ୍ତି ଓ ନିରାକାର ମହାନ୍ତିଙ୍କ ଗୁହାଳ ଘରେ ନିଆଁ ଲାଗିଯିବାରୁ ଦୁଇ ବଖରା ଗୁହାଳ ଘର ସମ୍ପୂର୍ଣ୍ଣ ପୋଡି ଯାଇଛି ।
ରାତିରେ ପରିବାର ଲୋକେ ଗୋରୁଙ୍କ ବିକଳ ଚିତ୍କାର ଶୁଣି ଉଠିଥିଲେ । ଗୁହାଳ ଘରେ ବନ୍ଧା ଯାଇଥିବା  ଗୋରୁଙ୍କୁ ଫିଟାଇ ବାହାରକୁ ଆଣିଥିଲେ । କିନ୍ତୁ ଅଗ୍ନିକାଣ୍ଡରେ ଗୋଟିଏ ଗାଈ ଜୀବନ୍ତ ଦଗ୍ଧ ହୋଇଯାଇଥିଲା ଅନ୍ୟ ଏକ ଗାଈର ଶରୀର ଅର୍ଦ୍ଧାଧିକ ଅଂଶ ପୋଡି ଯାଇ ଗୁରୁତର ହୋଇଛି। ଓଡ଼ଙ୍ଗ ପ୍ରାଣୀଧନ ନିରୀକ୍ଷକ ପ୍ରିୟବ୍ରତ ରାଉତ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଗାଈଟିର ଚିକିତ୍ସା କରିଛନ୍ତି ।ଗ୍ରାମବାସୀ ଏବଂ ଆଗରପଡ଼ାରୁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରଥିଲେ । କ୍ଷତିଗ୍ରସ୍ତଙ୍କୁ ପ୍ରଶାସନ ପକ୍ଷରୁ  କ୍ଷତିପୂରଣ ଯୋଗାଇ ଦେବାକୁ ଗଣନାଥ ବିଶ୍ୱାଳ, ଯଜ୍ଞଦତ୍ତ କରଶର୍ମା, ବନମାଳୀ ବାରିକ, ଗୌରାଙ୍ଗ ବାରିକ, ସୂର୍ଯ୍ୟକାନ୍ତ ବାରିକ, ଭୋଳାନାଥ ଆଚାର୍ଯ୍ୟ,ରବୀନ୍ଦ୍ର ଯେନାଙ୍କ ସମେତ ଗ୍ରାମବାସୀମାନେ ଦାବି କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri