ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ ହୋଇ ବସ୍‌ରୁ ଏଣେ ତେଣେ ବାହାରିବା ପାଇଁ ଚେଷ୍ଟା କରୁଥିଲେ। ସେଠାରେ ଉପସ୍ଥିତ ଲୋକେ ମଧ୍ୟ ଯାତ୍ରୀମାନଙ୍କୁ ଉଦ୍ଧାର କରିବାରେ ସାହାଯ୍ୟ କରିଥିଲେ।

ଏହି ସମୟରେ ଗାଡ଼ିଚାଳକ ଉପସ୍ଥିତ ବୁଦ୍ଧି ଖଟାଇ ତୁରନ୍ତ ଗାଡ଼ିରେ ଥିବା କାର୍ବନ ଡାଇଅକ୍ସାଇଡ୍‌ ଗ୍ୟାସ ସିଲିଣ୍ଡର୍‌ ବ୍ୟବହାର କରିବା ଦ୍ୱାରା ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା। ଡ୍ରାଇଭର ଜଣଙ୍କ ନିଜର ଉପସ୍ଥିତି ବୁଦ୍ଧି ଖଟାଇବା ଦ୍ବାରା ଏକ ବଡ଼ ଧରଣର ବିପଦକୁ ରୋକାଯାଇପାରିଛି। ଏହି ଘଟଣା ବସ୍‌ଷ୍ଟାଣ୍ଡରେ କିଛି ଆତଙ୍କ ଖେଳାଇ ଦେଇଥିଲା।

ଘଟଣାରୁ ପ୍ରକାଶ ଯେ, ଘରୋଇ ବସ୍‌ଟି ଫୁଲବାଣୀରୁ ଆଜି ବ୍ରହ୍ମପୁର ଯାଉଥିଲା। ବାଟରେ ଭଞ୍ଜନଗର ବସ୍‌ଷ୍ଟାଣ୍ଡରେ ବସ୍‌ଟି କିଛି ସମୟ ଅଟକି ଥିଲା। ଏହି ସମୟରେ ବସର ଇଞ୍ଜିନ ତଳୁ ନିଆଁ ବାହାରୁଥିବା ବସଷ୍ଟାଣ୍ଡରେ ଉପସ୍ଥିତ ଥିବା ଅନ୍ୟ ଯାତ୍ରୀମାନେ ଦେଖି ପାଟି କରିଥିଲେ। ଏହାପରେ ଚାଳକ ତୁରନ୍ତ ନିଜ ସିଟରୁ ଓହ୍ଲାଇ କାର୍ବନ ଡାଇଅକ୍ସାଇଡ ଗ୍ୟାସ ପ୍ରୟୋଗ କରି ନିଆଁକୁ ନିୟନ୍ତ୍ରଣ କରିଥିଲେ। ବସ୍‌ରେ ଥିବା କାର୍ବନ ଡାଇଅକ୍ସାଇଡ୍‌ ଏବଂ ଚାଳକଙ୍କ ଉପସ୍ଥିତି ବୁଦ୍ଧି ହିଁ ଏକ ବଡ଼ଧରଣର ବିପଦକୁ ରୋକାଯାଇପାରିଛି। ଏହାପରେ ବସ ଯାତ୍ରୀମାନଙ୍କୁ ଅନ୍ୟ ଗାଡିରେ ବ୍ରହ୍ମପୁର ପଠାଇବା ବ୍ୟବସ୍ଥା କରାଯାଇଥିଲା। ଗରମ ଯୋଗୁ ଇଞ୍ଜିନରେ ନିଆଁ ଲାଗିଥିବା ଆଶଙ୍କା କରାଯାଉଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?