Posted inଜାତୀୟ

ପାର୍କିଂରେ ଠିଆ ହୋଇଥିବା ବସ୍‌ରେ ହଠାତ୍‌ ଲାଗିଲା ନିଆଁ: ଶୋଇଥିବା କଣ୍ଡକ୍ଟରଙ୍କ ଚାଲିଗଲା ଜୀବନ

ବେଙ୍ଗାଲୁରୁ,୧୦।୩: ବେଙ୍ଗାଲୁରୁରୁ ଏକ ବଡ଼ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏକ ସରକାରୀ ବସ୍‌ରେ ହଠାତ୍‌ ନିଆଁ ଲାଗିଯାଇଛି। ଫଳରେ ବସ୍‌ ଭିତରେ ଶୋଇଥିବା କଣ୍ଡକ୍ଟରଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ବେଙ୍ଗାଲୁରୁର ମେଟ୍ରୋପଲିଟାନ୍‌ ଟ୍ରାନ୍ସପୋର୍ଟ କର୍ପୋରେସନ୍‌ (ବିଏମ୍‌ଟିସି) ବସ୍‌ଷ୍ଟାଣ୍ଡରେ ଘଟିଛି। ଏହି ଘଟଣା ସର୍ମ୍ପକରେ ପୋଲିସ ଶୁକ୍ରବାର ସୂଚନା ଦେଇଛି। ସୂଚନାଯୋଗ୍ୟ, ସୁମନହଲ୍ଲୀ ବସ୍‌ ଡିପୋର ବିଏମ୍‌ଟିସି ବସ୍‌ରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଥିଲା ବୋଲି ଡିସିପି ଲକ୍ଷ୍ମଣ ବି ନିମ୍ବାର୍ଗୀ କହିଛନ୍ତି। ଶୁକ୍ରବାର ଭୋର ୪ଟା ୪୫ରେ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଏହାକୁ ପ୍ରଥମେ ବସ୍‌ ଡ୍ରାଇଭର ପ୍ରକାଶ ଦେଖିଥିଲେ। ଏହାପରେ ସେ ପୋଲିସକୁ ଖବର ଦେଇଥିଲେ। ସେତିକିବେଳକୁ କଣ୍ଡକ୍ଟର ଜଣକ ୮୦ପ୍ରତିଶତ ଜଳିଯାଇଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ମୃତକ କଣ୍ଡକ୍ଟର ଜଣକ ମୁଥୈଆ ସ୍ବାମୀ ବୋଲି ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡର କାରଣ ଏବେ ବି ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri