କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

କେନ୍ଦୁଝର,୧୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଯାଜପୁର ଜିଲା ସୁକିନ୍ଦାରୁ କୋଇଲା ବୋଝେଇ କରି କେନ୍ଦୁଝର ଜିଲା ବାଂଶପାଣିକୁ ଆସୁଥିବା ଏକ ମାଲବାହୀ ଟ୍ରେନରେ ନିଆଁ ଲାଗି ଯାଇଥିଲା। ହରିଚନ୍ଦନପୁର ଅଗ୍ନିଶମ ବିଭାଗ କର୍ମଚାରୀ ନିଆଁ ଲିଭାଇବା ପରେ ଟ୍ରେନ୍‌ ଗନ୍ତବ୍ୟ ସ୍ଥଳକୁ ଯାଇଥିଲା। ଲୋକପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଡ଼ ଦୁର୍ଘଟଣା ଏଡ଼ାଇ ଯାଇଥିଲା।
ସୂଚନା ଅନୁଯାୟୀ, ବାଂଶପାଣି ଅଭିମୁଖେ ଯାଇଥିବା କୋଇଲା ବୋଝେଇ ଟ୍ରେନର ୬ଟି ବଗିରୁ ଗୁରୁବାର ଅପରାହ୍ନରେ ଧୂଆଁ ବାହାରୁଥିବା ଲୋକପାଇଲଟ ଦେଖି ହରିଚନ୍ଦନପୁର ରେଳ ଷ୍ଟେଶନକୁ ସୂଚନା ଦେଇଥିଲେ। ହରିଚନ୍ଦନପୁର ରେଳ ଷ୍ଟେଶନରେ ଟ୍ରେନ୍‌ଟି ପ୍ରାୟ ୧.୩୦ରେ ପହଞ୍ଚି ଥିଲା। ଷ୍ଟେଶନ ମାଷ୍ଟରଙ୍କଠାରୁ ଖବର ପାଇ ହରିଚନ୍ଦନପୁର ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲେ। ପାଖାପାଖି ୫ ଟାରେ ନିଆଁ ଲିଭିବା ପରେ ଟ୍ରେନ୍‌ଟି ଯାତ୍ରା ଆରମ୍ଭ କରିଥିଲା। ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ। ଏ ନେଇ ହରିଚନ୍ଦନପୁର ରେଳ ଷ୍ଟେଶନ ମାଷ୍ଟର ସୁରେଶ କୁମାର ପଲେଇ କହିଛନ୍ତି, ଖରା ଦିନରେ କୋଇଲା ବୋଝେଇ ଟ୍ରେନ୍‌ ଅନେକ ସମୟରେ ପବନ ବାଜି ଆପେ ନିଆଁ ଲାଗିଯାଇଥାଏ। ତେବେ ନିଆଁ ଲିଭିବା ପରେ ଟ୍ରେନ୍‌କୁ ଛଡ଼ାଯାଇଛି। କୌଣସି ଅଘଟଣ ଘଟିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?