ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତି ୱାର୍ଡରେ ଲାଗିଲା ନିଆଁ

ଭବାନୀପାଟଣା,୨୩।୨୪ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତି ମହିଳା ଓ ଶିଶୁ ୱାର୍ଡରେ ସୋମବାର ବିଳମ୍ବିତ ରାତିରେ ନିଆଁ ଲାଗିଯାଇଥିଲା। ଡାକ୍ତର ଖାନାର ଚତୁର୍ଥ ମହଲାରେ ଏହି ନିଆଁ ଲାଗି ଥିବା ବେଳେ ସେଠାରେ ପ୍ରସୂତି ମହିଳାମାନେ ରହିଥିଲେ। ଶର୍ଟ ସର୍କିଟ ଯୋଗୁ ଏହି ନିଆଁ ଲାଗିଥିବା ଜଣାପଡ଼ିଛି । ଖବର ପାଇ ଟାଉନ ଥାନା ଆଇଆଇସି ୨ଟି ଟିମ୍‌ ସହ ପହଞ୍ଚି ପ୍ରସୂତି ମହିଳାଙ୍କୁ ସୁରକ୍ଷା ଦେବା ପାଇଁ ଚେଷ୍ଟା କରିଥିଲେ। ପରେ ଅଗ୍ନିଶମ ବିଭାଗକୁ ଖବର ଦେବାରୁ ଅଗ୍ନିଶମ ବିଭାଗର ଏକ 30 ଜଣିଆ ଟିମ୍‌ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ସମସ୍ତ ରୋଗୀଙ୍କୁ ସୁରକ୍ଷିତ ଅବସ୍ଥାରେ ବାହାରକୁ ଅଣାଯାଇଥିବା ବେଳେ ଶିଶୁମାନଙ୍କୁ ଗ୍ରାଉଣ୍ଡ ଫ୍ଲୋରରେ ରଖା ଯାଇଥିଲା। ଘଟଣାସ୍ଥଳରେ କଳାହାଣ୍ଡି ଏସ୍‌ପି ଅଭିଳାଷ ଜି ଏବଂ ଜିଲାପାଳ ଅନ୍ବେଷା ରେଡ୍ଡୀ ପହଞ୍ଚି ଘଟଣାର ତଦନ୍ତ କରିଥିଲେ। ସମସ୍ତ ମହିଳା ଏବଂ ଶିଶୁ ସୁରକ୍ଷିତ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri